ସୋମନାଥ ଦର୍ଶନ ପାଇଁ ପହଞ୍ଚିଲେ ଆଲିଆ-ରଣବୀର

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁରଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସରେ ବହୁତ ଭଲ ପ୍ରଦର୍ଶନ କରୁଛି। ଏହି ଫିଲ୍ମ ଏପର୍ଯ୍ୟନ୍ତ ୧୬୪.୨୦ କୋଟି ଟଙ୍କା ରୋଜଗାର କରିସାରିଲାଣି। ଏଭଳି ପରିସ୍ଥିତିରେ ଫିଲ୍ମର ପୂରା ଷ୍ଟାର କାଷ୍ଟ ବହୁତ ଖୁସି ଅଛନ୍ତି।

ବ୍ରହ୍ମାସ୍ତ୍ରର ସଫଳତା ପରେ ନିର୍ଦ୍ଦେଶକ ଆୟନ ମୁଖାର୍ଜୀ ରଣବୀର  ଏବଂ ଆଲିଆଙ୍କ ସହ ପ୍ରଭୁ ସୋମନାଥଙ୍କ ଦର୍ଶନ ପାଇଁ ଯାଇଛନ୍ତି। ସେଠାରେ ତିନିଜଣ ଏକାଠି ଶିବଙ୍କଠାରେ ଜଳାଭିଷେକ କରିବେ। ଗୁରୁବାର ସକାଳେ ରଣବୀର ଏବଂ ଆଲିଆଙ୍କୁ ଘରୋଇ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା।

ଏହି ସମୟରେ ଉଭୟଙ୍କୁ ଦେଶୀ ଲୁକ୍‌ରେ ଦେଖିବାକୁ ମିଳିଥିଲା। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଆଲିଆ ଏକ ଲାଲ ରଙ୍ଗର ଆଙ୍କାଲି ଶୁଟ୍‌ରେ ନଜର ଆସିଛନ୍ତି। ରଣବୀର ଧଳା କୁର୍ତ୍ତା-ପାଇଜାମାରେ ବହୁତ ସୁନ୍ଦର ଦେଖାଯାଉଛନ୍ତି। ଏଥିସହ ସେ ନେହେରୁ ଜ୍ୟାକେଟ ପିନ୍ଧିଛନ୍ତି। ଏହି ଫଟୋ ଫଟୋଗ୍ରାଫର ଭାଇରାଲ ଭୟାନୀ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି।

 

ସେହିପରି ଗତ ସପ୍ତାହରେ ରଣବୀର ଏବଂ ଆଲିଆ ଉଜୈନର ମହାକଲେଶ୍ୱର ମନ୍ଦିରରେ ପହଞ୍ଚିଥିଲେ। ଏହି ସମୟରେ ବଜରଙ୍ଗ ଦଳର କର୍ମୀମାନେ ତାଙ୍କୁ ମନ୍ଦିର ଦର୍ଶନରୁ ବାରଣ କରିଥିଲେ। କାରଣ ରଣବୀରଙ୍କ ସାକ୍ଷାତକାରର ଏକ ଅଂଶ ଅତୀତରେ ଭାଇରାଲ ହୋଇଥିଲା। ଭିଡିଓରେ ସେ କହୁଛନ୍ତି, ସେ ଗୋମାଂସ ଖାଇବାକୁ ପସନ୍ଦ କରନ୍ତି। ଏହାକୁ ନେଇ ବିବାଦ ଉପୁଜିଥିଲା।

ପ୍ରେକ୍ଷାଳୟରେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ହିନ୍ଦୀ, ତାମିଲ, ତେଲୁଗୁ, ମାଲାୟାଲମ ଏବଂ କନ୍ନଡରେ ମୁକ୍ତିଲାଭ କରିଛି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ଆୟନ ମୁଖାର୍ଜୀ। ଚିରଞ୍ଜୀବୀ ବ୍ରହ୍ମାସ୍ତ୍ରର ତେଲୁଗୁ ଟ୍ରେଲରକୁ ସ୍ବର ଦେଇଥିଲେ। ଏହି ଫିଲ୍ମ ଦେଶ ତଥା ବିଦେଶରେ ମଧ୍ୟ ବେଶ୍‌ ଭଲ ରୋଜଗାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?