ଓ୍ବାର-୨ରେ ଆଲିଆଙ୍କ ଏଣ୍ଟ୍ରି, ମୁଖ୍ୟ କଳାକାରଙ୍କ ନାମ ଏବେ ଚର୍ଚ୍ଚାରେ…

ମୁମ୍ବାଇ : ବଲିଉଡରେ ଜୁନିୟର ଏନଟିଆର ଏବଂ ହ୍ରିତିକ ରୋଶନଙ୍କୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଦୁହେଁ ହିନ୍ଦୀ ଫିଲ୍ମ ଓ୍ବାରର ସିରିଜ ଓ୍ବାର-୨ରେ ମୁଖ୍ୟ ଭୂମିକାରେ ଥିବା କୁହାଯାଉଛି। ଏହା ସହିତ ଫିଲ୍ମରେ ଚୁଲବୁଲି ନାୟିକା ଆଲିଆ ଭଟ୍ଟଙ୍କ ଏଣ୍ଟ୍ରି ହୋଇଛି। କୁହାଯାଉଛି ଟ୍ରିପଲ ଆର ପରେ ଆଲିଆ ଏବଂ ଜୁନିୟର ଏନଟିଆରଙ୍କ ଅଭିନୟ ପୁଣି ଦର୍ଶକଙ୍କୁ ଭାବପ୍ରବଣ କରିବାର ଖୋରାକ ଯୋଗାଇବ। ତେବେ ଏହି ଫିଲ୍ମର ଶୁଟିଂ ଏପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ମାତ୍ର ଫିଲ୍ମକୁ ନେଇ ପ୍ରତିଦିନ ନୂଆ ନୂଆ ଅପଡେଟ୍‌ସ ଆସିବାରେ ଲାଗିଛି।

ମିଡିଆ ରିପୋର୍ଟ ଅନୁସାରେ ଦିପିକା ପାଦୁକୋନ ଏହି ଫିଲ୍ମରେ ଲିଡ୍‌ ରୋଲରେ ନଜର ଆସିବାକୁ ଯାଉଛନ୍ତି। ଏହି ସ୍ପାଏ ଥ୍ରୀଲରରେ ଦିପିକାଙ୍କ ରୋଲ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଚର୍ଚ୍ଚା ହେଉଛି। ତେବେ ଆଲିଆ ଦିପିକାଙ୍କ ଭଳି ଭୂମିକାରେ ନଜର ଆସିବେ ନାହିଁ। ତାଙ୍କର ରୋଲ ସଂକ୍ଷିପ୍ତ ଥିବା କୁହାଯାଉଛି। ମାତ୍ର ବର୍ତ୍ତମାନ ସୁଦ୍ଧା ପ୍ରଡକ୍ସନ ହାଉସ ପକ୍ଷରୁ ଏସମ୍ପର୍କିତ ସୂଚନା ନେଇ କିଛି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ। ତେବେ ନିର୍ମାତା ଉଭୟ ଅଭିନେତ୍ରୀଙ୍କ ସହିତ ଆଲୋଚନା କରିଥିବା ବିଶେଷ ସୂତ୍ରରୁ ଖବର ମିଳିଥିବା ବଲିଉଡରେ ଚର୍ଚ୍ଚା ହେଉଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri