ଭାରତରେ ୟୁସି ବ୍ରାଉଜର କାରବାର ବନ୍ଦକଲା ଆଲିବାବା

ନୂଆଦିଲ୍ଲୀ,୧୭।୭: ଚାଇନା ସେନାର ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ କେନ୍ଦ୍ର ସରକାର ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରିଛନ୍ତି। ଏହାର ପ୍ରଭାବ ଘରୋଇ ବଜାର ଉପରେ ଦେଖାଯାଇଛି। ପ୍ରମୁଖ ଇ-କମର୍ସ କମ୍ପାନୀ ଆଲିବାବା ପକ୍ଷରୁ ଭାରତ ବଜାରରେ ପରିଚାଳିତ ୟୁସି ବ୍ରାଇଜର, ୟୁସି ନ୍ୟୁଜ୍‌ ଏବଂ ଭିମେଟର କାରବାର ବନ୍ଦ କରାଯାଇଛି। ଭାରତ ବଜାରରେ କମ୍ପାନୀ ଏହାର କାରବାର ବନ୍ଦ କରୁଥିବା ୟୁସି ବ୍ରାଉଜର କର୍ମଚାରୀଙ୍କୁ ଔପଚାରିକ ଭାବେ କୁହାଯାଇଛି। ଏହି ନିଷ୍ପତ୍ତି ଆଧାରରେ କମ୍ପାନୀ ଗୁରୁଗ୍ରାମ ଏବଂ ମୁମ୍ବାଇ ଅଫିସକୁ ବନ୍ଦ କରିଦେଇଛି। ରଏଟର୍ସର ଏକ ରିପୋର୍ଟ ମୁତାବକ ୧୫ ଜୁଲାଇରେ ଆଲିବାବା ପକ୍ଷରୁ ଭାରତ ବଜାରରେ କାର୍ଯ୍ୟରତ କର୍ମଚାରୀଙ୍କୁ ଏକ ଚିଠି ଲେଖାଯିବା ସହ ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଯାଇଛି। ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତି ଆଧାରରେ ଏଭଳି କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଛି। ବ୍ୟାନ୍‌ ପରେ ସେବା ଜାରି ରଖିବା ଲାଗି କମ୍ପାନୀକୁ ବିଭିନ୍ନ ସମସ୍ୟା ସାମ୍ନା କରିବାକୁ ପଡୁଛି। ଭାରତ ସରକାରଙ୍କ ନିୟମକୁ ପାଳନ ପୂର୍ବକ ସେବାକୁ ବନ୍ଦ କରାଯାଇଥିବା ୟୁସି ଓ୍ବେବ୍‌ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri