ଟେଲିଭିଜନ ଚ୍ୟାନେଲର ଅଂଶିଦାରକୁ ବିକିବେ ଅଲିବାବା

ବେଜିଂ,୨୬ ।୯: ଚାଇନା ସରକାର ଓ ଇ-କମର୍ସ କମ୍ପାନୀଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି । ଏହାରି ଭିତରେ ଅଲିବାବା, ଟେନସେଣ୍ଟ ଓ ବୈଦୁ ଭଳି କମ୍ପାନୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏବେ ଶୁଣିବାକୁ ମିଳିଛି କି ଅଲିବାବା, ଚାଇନାର ସବୁଠାରୁ ବଡ ଟେଲିଭିଜନ ବ୍ରଡକାଷ୍ଟଠାରୁ ନିଜ ଶେୟାରିଂ ଡମ୍ପ କରିବାର ଯୋଜନା କରୁଛି । ଏହି ଶେୟାର ଅଲିବାବା କିଛି ମାସ ତଳେ କ୍ରୟ କରିଥିଲେ । ମିଡିଆ କମ୍ପାନୀ ପକ୍ଷରୁ ଜାରି କରାଯାଇଥିବା ଏକ ବୟାନ ଅନୁଯାୟୀ, ମ୍ୟାଙ୍ଗୋ ଏକ୍ସିଲେଣ୍ଟ ମିଡିଆରେ ୫ ପ୍ରତିଶତ ଅଂଶକୁ ଅଲିବାବା ବିକ୍ରି କରିବାକୁ ଯୋଜନା କରୁଛନ୍ତି । ସୂଚନାଯୋଗ୍ୟ, ମ୍ୟାଙ୍ଗୋ ଟିଭି ଚାଇନାରେ ନିଜର ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ବେଶ୍ ଲୋକପ୍ରିୟ । ହୁଆନ ବ୍ରଡକାଷ୍ଟିଂ ସିଷ୍ଟମରେ ଏହାର ୫୬ ପ୍ରତିଶତ ଭାଗିଦାରୀ ରହିଛି । ଜାରି କରାଯାଇଥିବା ବୟାନରେ ଅଲିବାବା ଏକ ବର୍ଷ ମଧ୍ୟରେ ନିଜର ଅଂଶ ବିକ୍ରି କରିବାକୁ ନେଇ କରାଯାଇଥିବା ଚୁକ୍ତିରେ କୋହଳ ଦେବାକୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri