ତାଲିବାନ୍‌ ହେଉଛି ଉଗ୍ର, ୫୦ ଭାରତୀୟ ଅଧିକାରୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ପରାମର୍ଶ…

କାବୁଲ,୧୧।୭: ଆଫଗାନିସ୍ତାନର କାନ୍ଧାହାର ସ୍ଥିତ ଦୂତାବାସ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ୫୦ ଜଣ ଭାରତୀୟ ଅଧିକାରୀଙ୍କୁ ସ୍ବଦେଶ ଫେରିବାକୁ ପରାମର୍ଶ ଦିଆଯାଇଛି। ଆଫଗାନିସ୍ତାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ସକ୍ରିୟ ହେବା ସହିତ ଉଗ୍ର ହେବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୂର୍ବରୁ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା ଯେ, ପରିସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଭାରତୀୟ ଅଧିକାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପଦକ୍ଷେପ ଗ୍ରହଣ କରାଯିବ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ ବାଗ୍‌ଚି ସୂଚନା ଦେଇଥିଲେ। ଗତ ଦୁଇ ସପ୍ତାହ ଧରି ଦେଶରେ ଲଗାତାର ଆତଙ୍କବାଦୀ ଆକ୍ରମଣ ହେଉଥିବାରୁ ଭାରତ ସରକାର ଦୂତାବାସ ଖାଲି କରିବାକୁ ଅଧିକାରୀଙ୍କ ଲାଗି ସତର୍କ ସୂଚନା ଜାରି କରିଛନ୍ତି। ଆମେରିକା ସୈନ୍ୟବାହିନୀ ସ୍ବଦେଶ ଫେରୁଥିବାରୁ ଏବେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ଆଫଗାନିସ୍ତାନରେ ଅଣ୍ଟା ସଳଖିବା ଆରମ୍ଭ କରିଛି। ପୂର୍ବପରି ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଁ ତାଲିବାନ୍‌ ଉଦ୍ୟମ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri