Posted inଜାତୀୟ

କେଜରିଓ୍ବାଲଙ୍କୁ ଲାଗିପାରେ ଝଟ୍‌କା: ଏଏପି ଛାଡିପାରନ୍ତି ଅଳକା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନ ୨୦୧୯କୁ ନେଇ ପ୍ରଚାର ଯୋର ଧରିଥିବା ବେଳେ ରାଜନୈତିକ ଅଙ୍କକଷା କିନ୍ତୁ ଛିଡୁନି। ହରିୟାଣା, ପଞ୍ଜାବ ଓ ଦିଲ୍ଲୀ ପାଇଁ ପ୍ରାର୍ଥୀ ଦେଇଥିବା ଆମ ଆଦମୀ ପାର୍ଟି (ଏଏପି) କୁ ଦଳର ବିଧାୟିକା ଅଳକା ଲାମ୍ବା ଝଟ୍‌କା ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି। ଦିଲ୍ଲୀର ଚାନ୍ଦିନି ଚୌକ ଆସନରୁ ବିଧାୟିକା ଥିବା ଅଳକା ଶୁକ୍ରବାର ଯେଉଁ ଟୁଇଟ୍‌ କରିଛନ୍ତି ତାକୁ ଦେଖି ନାନା କଳ୍ପନା କରାଯାଇଛି। ସେ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି କି ଆସନ୍ତା ୨୫ରେ ସେ ତାଙ୍କ ରାଜନୈତିକ କ୍ୟାରିୟରକୁ ନେଇ ନିଷ୍ପତ୍ତି ନେବେ। ତେଣୁ ଏହା ଏକ ପ୍ରକାର ସୂଚନା ଦେଉଛି କି ଅଳକା ହୁଏତ ଏଏପି ଛାଡି ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri