ମତ୍ସ୍ୟଜୀବୀଙ୍କ ପାଇଁ କରାଯିବ ସମସ୍ତ ବ୍ୟବସ୍ଥା

ଗଞ୍ଜାମ,୨୨।୧୧(ବିଦ୍ୟାଧର ସାହୁ): ମତ୍ସ୍ୟ ଦିବସ ଉପଲକ୍ଷେ ହୁମା ଶୁଖୁଆ ହାଟ ନିକଟରେ ଥିବା ମତ୍ସ୍ୟ ହଲଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି l ଉପଜିଲାପାଳ ଶିବାଶିଷ ବରାଳ,ଉପମତ୍ସ୍ୟ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ବେହେରା,ଜିଲା ମତ୍ସ୍ୟ ଅଧିକାରୀ ଭାରତ ଭୂଷଣ ଯେ ସାହୁ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଅତିରିକ୍ତ ମତ୍ସ୍ୟ ଅଧିକାରୀ (ସାମୁଦ୍ରିକ )ଦେବୀଦତ୍ତ ମହାନ୍ତି,ଏଏଫଓ ବିଭୁ ପ୍ରସାଦ ସ୍ବାଇଁ, ସରପଞ୍ଚ ଜାନକୀ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ l ସହକାରୀ ମତ୍ସ୍ୟ ଅଧିକାରୀ ପ୍ରିୟବ୍ରତ ଦାସ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ l ସ୍ଥାନୀୟ ମତ୍ସ୍ୟଜୀବୀମାନଙ୍କ ପାଇଁ ସମସ୍ତ ସୁବିଧା ସହଯୋଗ ଯୋଗାଇବା ନିମନ୍ତେ ବିଭାଗ ପ୍ରସ୍ତୁତ ବୋଲି ଉପ ନିର୍ଦ୍ଦେଶକ ସୂଚନା ଦେଇଥିଲେ l ଏଥିସହ ଦୂର ଦୁରାନ୍ତରୁ ଆସୁଥିବା ସମସ୍ତ ଶୁଖୁଆ ବ୍ୟବସାୟୀଙ୍କ ନିମନ୍ତେ ସମସ୍ତ ସୁବିଧା ରହିଛି l ରାତ୍ରି କାଳୀନ ରହଣି ବ୍ୟବସ୍ଥା ସହ ଅନ୍ୟାନ୍ୟ ଅନୁସାଙ୍ଗିକ ବ୍ୟବସ୍ଥା ଥିବା ମସ୍ଚ୍ୟ ବିଭାଗ ପକ୍ଷରୁ କୁହାଯାଇଛି l ସ୍ଥାନୀୟ ଅଞ୍ଚଳର ବହୁତ ବ୍ୟବସାୟୀ, ମତ୍ସ୍ୟଜୀବୀ ଉପସ୍ଥିତ ଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri