ଆଧାର ସହ ଲିଙ୍କ୍‌ ହେବ ସବୁ ବ୍ୟାଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସବୁ ବ୍ୟାଙ୍କ ଆକାଉଣ୍ଟକୁ ଆଧାର ସହ ଲିଙ୍କ୍‌ କରାଯିବା ନେଇ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାଙ୍କଗୁଡିକ ଏ ନେଇ ନିଶ୍ଚିତ କରାଇବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। କେନ୍ଦ୍ର ସରକାର ଆରମ୍ଭ କରିଥିବା ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣ ପଦକ୍ଷେପ ବର୍ତ୍ତମାନ ବନ୍ଦ ହୋଇନାହିଁ। ଏହି ଧାରାକୁ ଆଗେଇନେବା ଦିଗରେ ବ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ସୀତାରାମନ ମତ ରଖିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଅନେକ ବ୍ୟାଙ୍କ ଆକାଉଣ୍ଟ ଆଧାର ସହ ସଂଯୋଗ ହୋଇପାରିନାହିଁ। ୨୦୨୧ ମାର୍ଚ୍ଚ ସୁଦ୍ଧା ଆବଶ୍ୟକତା ଭିତ୍ତିରେ ଆକାଉଣ୍ଟ ଲାଗି ପାନ୍‌ ଏବଂ ପ୍ରତି ଆକାଉଣ୍ଟ ଲାଗି ଆଧାରର ଅନିବାର୍ଯ୍ୟତା ନେଇ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ(ଆଇବିଏ)ର ଏକ କାର୍ଯ୍ୟକ୍ରମରେ ସେ ସୂଚନା ଦେଇଛନ୍ତି। ବ୍ୟାଙ୍କଗୁଡିକ ଅଣଡିଜିଟାଲ କାରବାରକୁ ନିରୁତ୍ସାହିତ କରିବା ଏବଂ ଡିଜିଟାଲ କାରବାର ଲାଗି ଗ୍ରାହକଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରନ୍ତୁ ବୋଲି ସେ ମତ ରଖିଛନ୍ତି। ଡିଜିଟାଲ କୌଶଳ ସହ ୟୁପିଆଇ ଭିତ୍ତିକ ପେମେଣ୍ଟ, ରୁପେ କାର୍ଡକୁ ଉତ୍ସାହିତ କରିବା ଦିଗରେ ବ୍ୟାଙ୍କ ଫୋକସ କରିବାକୁ ସେ ଆହ୍ବାନ ଜଣାଇଛନ୍ତି। ସେହିଭଳି ଦେଶ ମଧ୍ୟରେ ବୃହତ୍‌ ବ୍ୟାଙ୍କ ଗଠନ ଉପରେ ସରକାର ଲକ୍ଷ୍ୟ ରଖିଥିବା ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତା ଏଏସ୍‌ଆଇସିର ନୂଆ ଅଧ୍ୟକ୍ଷା

ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍‌ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍‌ଆଇସି ବୋର୍ଡ ପକ୍ଷରୁ...

ଏଚ୍‌ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି...

ମଉଳୁଛି ଶସ୍ତା ଇଏମ୍‌ଆଇ ଆଶା

ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍‌ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ...

ସୁନା ଦର ୭୩ ହଜାର ପାର

ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ...

ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା

ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍‌ଆର୍‌ଭିଏଲ୍‌)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍‌ ଅମ୍ବାନୀ...

ମାର୍ଚ୍ଚ ମାସରେ ବୃଦ୍ଧି ପାଇଲା ହୋଲସେଲ୍ ମହଙ୍ଗା ହାର

ଚେନ୍ନାଇ,୧୫।୪: ମାର୍ଚ୍ଚ ମାସରେ ହୋଲସେଲ ମହଙ୍ଗା(ମୁଦ୍ରାସ୍ଫୀତି) ହାର ବୃଦ୍ଧି ପାଇ ୦.୫ ପ୍ରତିଶତରେ ପହଞ୍ଚିଛି। ଫେବୃଆରୀ ମାସରେ ଏହା ୦.୨ ପ୍ରତିଶତ ଥିଲା। ଏହି ରିପୋର୍ଟ...

ଆପଲ୍ କୁ ପଛରେ ପକାଇ ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ହେଲା ସାମସଙ୍ଗ, ହ୍ରାସ ପାଇଲା ଆଇଫୋନ୍ ବିକ୍ରି

ମୁମ୍ବାଇ,୧୫।୪: ଆଇଡିସିର ରିପୋର୍ଟ ଅନୁଯାୟୀ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ମାନ୍ୟତା ପାଇଛି ସାମସଙ୍ଗ। ଏଥିସହିତ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ଭାବରେ...

ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri