ମାର୍ଚ୍ଚ ୩୧ ରେ ଖୋଲା ରହିବ ସମସ୍ତ ବ୍ୟାଙ୍କ: ରିଜର୍ଭ ବ୍ୟାଙ୍କ

ଭୁବନେଶ୍ୱର,୨୦।୩: ମାର୍ଚ୍ଚ ୩୧ ତାରିଖରେ ଭାରତର ବ୍ୟାଙ୍କଗୁଡିକର ସମସ୍ତ ଶାଖା ଖୋଲା ରଖିବାକୁ ଅନୁରୋଧ କରିଛନ୍ତି ଭାରତ ସରକାର। ଆର୍ଥିକ ବର୍ଷର ଶେଷ ଦିନ ହୋଇଥିବାରୁ ବିଭିନ୍ନ ସରକାରୀ କାରବାର ସମ୍ପୂର୍ଣ୍ଣ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି।

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ମଧ୍ୟ ସମସ୍ତ ବ୍ୟାଙ୍କକୁ ସମାନ ନିର୍ଦ୍ଦେଶ ଦେଇଛି। କେନ୍ଦ୍ରୀୟ ବ୍ୟାଙ୍କ ସମସ୍ତ ବ୍ୟାଙ୍କକୁ ଦେଇଥିବା ଚିଠିରେ କହିଛି ଯେ ମାର୍ଚ୍ଚ ୩୧, ୨୦୨୩ ରେ ସାଧାରଣ କାର୍ଯ୍ୟ ସମୟ ପର୍ଯ୍ୟନ୍ତ ସରକାରୀ କାରବାର ସହ ଜଡିତ ଓଭର-ଦି-କାଉଣ୍ଟର କାରବାର ପାଇଁ ସେମାନେ ସେମାନଙ୍କର ନିର୍ଦ୍ଦିଷ୍ଟ ଶାଖାଗୁଡ଼ିକୁ ଖୋଲା ରଖନ୍ତୁ।

ଆରବିଆଇ ଏହା ମଧ୍ୟ କହିଛି ଯେ ୨୦୨୩ ଆର୍ଥିକ ବର୍ଷ ପାଇଁ ଏଜେନ୍ସି ବ୍ୟାଙ୍କଗୁଡିକ ଦ୍ୱାରା କରାଯାଇଥିବା ସମସ୍ତ ସରକାରୀ କାରବାର ସମାନ ଆର୍ଥିକ ବର୍ଷ ମଧ୍ୟରେ ହିସାବ କରାଯିବା ଉଚିତ୍।ଆରବିଆଇ କହିଛି ଯେ ନ୍ୟାସନାଲ୍ ଇଲେକ୍ଟ୍ରୋନିକ୍ ଫଣ୍ଡ ଟ୍ରାନ୍ସଫର (ଏନଇଏଫଟି) ଏବଂ ରିଅଲ୍ ଟାଇମ୍ ଗ୍ରସ୍ ସେଟେଲମେଣ୍ଟ ସିଷ୍ଟମ୍ (ଆରଟିଜିଏସ) ମାଧ୍ୟମରେ କାରବାର ୩୧ ମାର୍ଚ୍ଚ ୨୦୨୩ ପର୍ୟ୍ୟନ୍ତ ୨୪୦୦ ଘଣ୍ଟା (୧୨ ମଧ୍ୟରାତ୍ରି) ପର୍ୟ୍ୟନ୍ତ ଜାରି ରହିବ। ମାର୍ଚ୍ଚ ୩୧ ରେ ସରକାରୀ ଚେକ୍ ସଂଗ୍ରହ ପାଇଁ ସ୍ୱତନ୍ତ୍ର କ୍ଲିୟରାନ୍ସ ମଧ୍ୟ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS)…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ…

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri