Posted inଜାତୀୟ

ତିନି ଧାଡ଼ିଆ ହ୍ବିପ୍‌ ଅନୁସାରେ ଉପସ୍ଥିତ ରହିବେ ସମସ୍ତ ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୮।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ତିନି ଧାଡିଆ ହ୍ବିପ୍‌ ଜାରି କରାଯାଇଛି। ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଅଧିବେଶନରେ ଏମ୍‌ପିମାନେ ଉପସ୍ଥିତ ରହିବାକୁ ଭାଜପା କହିଛି। ଏହି ହ୍ବିପ୍‌କୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। କାରଣ ପାର୍ଲାମେଣ୍ଟର ଶୀତ ଅଧିବେଶନ ନଭେମ୍ବର ୨୯ ରୁ ଆରମ୍ଭ ହେଉଛି। ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ କେନ୍ଦ୍ର ସରକାର ଏହି ତିନି କୃଷି ଆଇନକୁ ରଦ୍ଦ କରିବା ବିଲ ଆଗତ କରିବେ। ଏଭଳି ପରିସ୍ଥିତିରେ ଭାଜପା ଏହାର ଏମ୍‌ପିମାନଙ୍କୁ ଶତପ୍ରତିଶତ ଉପସ୍ଥିତ ରହିବା ଉପରେ ଗୁରୁତ୍ୱାରୋପ କରିଛି।
ବିରୋଧୀମାନେ ସରକାରଙ୍କୁ ଯଥାସମ୍ଭବ ହରଡ଼ଘଣାରେ ପକାଇବାକୁ ଚେଷ୍ଟା କରୁଛନ୍ତି। ଏଥି ସହିତ ବିରୋଧୀ ଦଳ ଚକ୍ରବ୍ୟୁହକୁ ଭାଙ୍ଗିବା ପାଇଁ ସରକାର ରଣନୀତି ପ୍ରସ୍ତୁତ କରିବାରେ ବ୍ୟସ୍ତ ଅଛନ୍ତି।

ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରବିବାର ସରକାରଙ୍କ ଦ୍ୱାରା ଏକ ସର୍ବଦଳୀୟ ବୈଠକ ଡକାଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବା କାର୍ଯ୍ୟକ୍ରମ ରହିଛି॥ ପାର୍ଳାମେଣ୍ଟର ଉଭୟ ଗୃହର ସମସ୍ତ ରାଜଜୈତିକ ଦଳର ନେତାମାନଙ୍କୁ ଏହି ବୈଠକରେ ଯୋଗଦେବାକୁ ଆମନ୍ତ୍ରଣ କରାଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ବରିଷ୍ଠ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ର ସ୍ବରାଷ୍ଠ୍ରମନ୍ତ୍ରୀ ଅମିତ ଶାହା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମଧ୍ୟ ସରକାରଙ୍କ ତରଫରୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri