ସବୁ ବୁଥ୍‌ରେ ହେବ ଓ୍ବେବ୍‌ କାଷ୍ଟିଂ

ଭୁବନେଶ୍ୱର,୮ା୪(ବ୍ୟୁରୋ): ଚଳିତ ଥର ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ଥିବା ସମସ୍ତ ବୁଥ୍‌ରେ ଶତ ପ୍ରତିଶତ ୱେବ୍‌ କାଷ୍ଟିଂର ବ୍ୟବସ୍ଥା କରାଯିବ। ଏଥିସହିତ ଉପନିର୍ବାଚନରେ ପ୍ରାର୍ଥୀମାନେ ସେମାନଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ଅତିକମ୍‌ରେ ୩ ଥର ଗଣମାଧ୍ୟମ ଜରିଆରେ ପ୍ରଚାର ପ୍ରସାର କରିବେ। ସେହିପରି ସମ୍ପୃକ୍ତ ରାଜନୈତିକ ଦଳଗୁଡ଼ିକ ମଧ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନିଜ ପ୍ରାର୍ଥୀମାନଙ୍କ ଅପରାଧ ସମ୍ପର୍କରେ ଗଣମାଧ୍ୟମରେ ଅତିକମ୍‌ରେ ୩ ଥର ନିର୍ଦ୍ଧାରିତ ସମୟ ବ୍ୟବଧାନରେ ପ୍ରଚାର ପ୍ରସାର କରାଇ ଜନସାଧାରଣଙ୍କୁ ଅବଗତ କରାଇବେ। ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏ ନେଇ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ଅବଗତ କରାଇଛନ୍ତି।
ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଭାରତ ନିର୍ବାଚନ ଆୟୋଗଙ୍କ ଉପନିର୍ବାଚନ ଘୋଷଣା ଅନୁସାରେ ଏପ୍ରିଲ ୧୩ରେ ଉପନିର୍ବାଚନ ପାଇଁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୦ରେ ନାମାଙ୍କନପତ୍ର ଦାଖଲ ଶେଷ ହେବ। ମେ’ ୧୦ରେ ଭୋଟ ଗ୍ରହଣ ଏବଂ ୧୩ରେ ଭୋଟ ଗଣନା କରାଯିବ। ଉପନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀ ଓ ରାଜନୈତିକ ଦଳଗୁଡ଼ିକର ଷ୍ଟାର ପ୍ରଚାରକମାନେ ଯେଉଁସବୁ ଗାଡ଼ି ବ୍ୟବହାର କରିବେ ପୂର୍ବରୁ ସେମାନେ ଜିଲା ନିର୍ବାଚନ ଅଧିକାରୀଙ୍କଠାରୁ ଅନୁମତି ନେଇ ନିର୍ବାଚନ ପ୍ରଚାରରେ ବ୍ୟବହାର କରିପାରିବେ। ପ୍ରାର୍ଥୀମାନେ କିମ୍ବା ରାଜନୈତିକ ଦଳ ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ମାଇକରେ ପ୍ରଚାର କରିପାରିବେ ନାହିଁ। ବୈଠକରେ ଏନ୍‌ସିପିରୁ ବିକ୍ରମ ସ୍ବାଇଁ, ବିଏସ୍‌ପିରୁ ମଧୁସୂଦନ ଯାଦବ, ସିପିଆଇ(ଏମ୍‌)ର ଦୁଷ୍ମନ୍ତ କୁମାର ଦାସ, କଂଗ୍ରେସର ଶିବାନନ୍ଦ ରାୟ, ଭାଜପାର ସଜନ ଶର୍ମା, ଅନିତା ଶୁଭଦର୍ଶିନୀ ଓ ଠାକୁର ରଞ୍ଜିତ ସିଂହ, ବିଜେଡିର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ସହ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?