ସମସ୍ତ ପ୍ରାର୍ଥିତ୍ୱ କାଏମ

କାମାକ୍ଷାନଗର, ୧୦ା୩(ଡି.ଏନ୍‌.ଏ.): ପୌର ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ପତ୍ର ଯାଞ୍ଚ ସରିଛି। କାମାକ୍ଷାନଗର ଏନ୍‌ଏସିର ୧୫ଟି ଓ୍ବାର୍ଡରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ୩୦ କାଉନ୍‌ସିଲର ପ୍ରାର୍ଥୀ ଏବଂ ୫ ନଗରପାଳ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ନିଂ ଅଫିସରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
କାମାକ୍ଷାନଗର ଏନ୍‌ଏସିରେ ଚଳିତ ପୌର ନିର୍ବାଚନରେ ୧୫ଟି ଓ୍ବାର୍ଡ ମଧ୍ୟରୁ ୧୪ଟିରେ ବିଜେଡି ପ୍ରାର୍ଥୀ ଦେଇଛି। ସେହିପରି ଭାଜପା ୧୧ ଏବଂ କଂଗ୍ରେସ ମାତ୍ର ୪ ଓ୍ବାର୍ଡରେ ପ୍ରାର୍ଥୀ ଦେବାରେ ସକ୍ଷମ ହୋଇଛି। ୧୫ନମ୍ବର ଓ୍ବାର୍ଡର କାଉନ୍‌ସିଲର ପଦବୀ ଅନୁସୂଚିତ ଜାତି ପାଇଁ ସଂରକ୍ଷଣ ଥିବାବେଳେ ଉକ୍ତ ବର୍ଗର କେହି ନାହାନ୍ତି। ତେଣୁ ୧୫ନଂ. ଓ୍ବାର୍ଡ ଫାଙ୍କା ପଡ଼ିଛି। ଅନ୍ୟପଟେ ନିର୍ବାଚନ ପୂର୍ବରୁ ବିଜେଡି ୩ ସିଟ୍‌ ହାତେଇ ନେଇଛି। କେହି ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ୧ନଂ. ଓ୍ବାର୍ଡର ଶୁକଦେବ ସାହୁ, ୬ନଂ. ଓ୍ବାର୍ଡର ଅଭିମନ୍ୟୁ ପରିଡ଼ା, ୭ନଂ. ଓ୍ବାର୍ଡର ରିଙ୍କି ବେହେରା ନିର୍ଦ୍ୱନ୍ଦ୍ୱ ଅଛନ୍ତି। ଅପରପକ୍ଷେ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ସରିବା ପରେ ନଗରପାଳ ଦୌଡ଼ରେ ବିଜେଡିର ଧର୍ମାନନ୍ଦ ପରିଡ଼ା, ଭାଜପାର ରଣଜିତ୍‌ ସାହୁ, କଂଗ୍ରେସର ସନ୍ତୋଷ ମହାରଣା, ଏଏପିର ସୁବୋଧ ବେହେରା ଏବଂ ସ୍ବାଧୀନ ପ୍ରାର୍ଥୀ ଅଭିମନ୍ୟୁ ନାଏକ ଅଛନ୍ତି। ନାମାଙ୍କନ ଦାଖଲ ଦିନରୁ ପ୍ରାର୍ଥୀମାନେ ପ୍ରଚାର ଆରମ୍ଭ କରିଦେଇଛନ୍ତି। ନାମାଙ୍କନ ପ୍ରତ୍ୟାହାର ପରେ ୧୪ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଏହାପରେ ପ୍ରଚାର ଆହୁରି ଜୋର୍‌ଦାର ହେବ। ୨୪ ତାରିଖରେ ମତଦାନ ହେବାକୁ ଥିବାବେଳେ ଏହାକୁ ନେଇ ସହରାଞ୍ଚଳ ରାଜନୀତି ଚଳଚଞ୍ଚଳ ହୋଇଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri