Posted inଜାତୀୟ

୯ଘଣ୍ଟା ଧରି ସିସୋଡିଆଙ୍କୁ ସିବିଆଇର ଜେରା: କହିଲେ, ସବୁ ମିଥ୍ୟା ମାମଲା

ନୂଆଦିଲ୍ଲୀ,୧୭।୧୦: ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ହାଜର ହେବା ପାଇଁ ସିବିଆଇ ସମନ ଜାରି କରିଥିଲା। ସିସୋଡିଆ ସିବିଆଇ କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ପ୍ରାୟ ୯ଘଣ୍ଟା ଧରି ପଚରାଉଚରା କରାଯାଇଥିଲା। ୯ଘଣ୍ଟାର ଜେରା ପରେ ସିସୋଡିଆ ସିବିଆଇ କାର୍ଯ୍ୟାଳୟରୁ ବାହାରକୁ ଆସିଛନ୍ତି। କାର୍ଯ୍ୟାଳୟରୁ ବାହାରିବା ପରେ ମନୀଷ ସିସୋଡିଆ ଭାଜପାକୁ ଟାର୍ଗେଟ କରି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ଏଏପି ଛାଡ଼ିବାକୁ ଚାପ ପକାଯାଉଛି। ନଚେତ୍‌ ତାଙ୍କ ନାଁରେ ମିଥ୍ୟା ମାମଲା ଜାରି ରହିବ। ଏପରିକି ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମଧ୍ୟ ଅଫର ଦିଆଯାଇଛି। କିନ୍ତୁ ସେ ଏହି ଅଫରକୁ ମନା କରିଦେବା ସହ ଏଠାରେ ଅପରେଶନ୍‌ ଲୋଟସ୍‌କୁ ସଫଳ ହେବାକୁ ଦେବେ ନାହିଁ ବୋଲି ସେ କହିଛନ୍ତି। ଏଥିସହ ତାଙ୍କ ନାଁରେ ଥିବା ମାମଲାରେ କୌଣସି ସତ୍ୟତା ନାହିଁ ବୋଲି ସିସୋଡିଆ କହିଛନ୍ତି। ଅନ୍ୟପଟେ ସିସୋଡିଆ ଫେରିବା ପରେ ଏଏପି ଆଶ୍ୱସ୍ତ ହୋଇଛି। କାରଣ ସିବିଆଇ ତାଙ୍କୁ ଗିରଫ କରିପାରେ ସନ୍ଦେହରେ ଏଏପି କର୍ମକର୍ତ୍ତା ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ସମୟରେ କର୍ମକର୍ତ୍ତା ଓ ପୋଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri