Posted inଜାତୀୟ

୯ଘଣ୍ଟା ଧରି ସିସୋଡିଆଙ୍କୁ ସିବିଆଇର ଜେରା: କହିଲେ, ସବୁ ମିଥ୍ୟା ମାମଲା

ନୂଆଦିଲ୍ଲୀ,୧୭।୧୦: ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ହାଜର ହେବା ପାଇଁ ସିବିଆଇ ସମନ ଜାରି କରିଥିଲା। ସିସୋଡିଆ ସିବିଆଇ କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ପ୍ରାୟ ୯ଘଣ୍ଟା ଧରି ପଚରାଉଚରା କରାଯାଇଥିଲା। ୯ଘଣ୍ଟାର ଜେରା ପରେ ସିସୋଡିଆ ସିବିଆଇ କାର୍ଯ୍ୟାଳୟରୁ ବାହାରକୁ ଆସିଛନ୍ତି। କାର୍ଯ୍ୟାଳୟରୁ ବାହାରିବା ପରେ ମନୀଷ ସିସୋଡିଆ ଭାଜପାକୁ ଟାର୍ଗେଟ କରି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ଏଏପି ଛାଡ଼ିବାକୁ ଚାପ ପକାଯାଉଛି। ନଚେତ୍‌ ତାଙ୍କ ନାଁରେ ମିଥ୍ୟା ମାମଲା ଜାରି ରହିବ। ଏପରିକି ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମଧ୍ୟ ଅଫର ଦିଆଯାଇଛି। କିନ୍ତୁ ସେ ଏହି ଅଫରକୁ ମନା କରିଦେବା ସହ ଏଠାରେ ଅପରେଶନ୍‌ ଲୋଟସ୍‌କୁ ସଫଳ ହେବାକୁ ଦେବେ ନାହିଁ ବୋଲି ସେ କହିଛନ୍ତି। ଏଥିସହ ତାଙ୍କ ନାଁରେ ଥିବା ମାମଲାରେ କୌଣସି ସତ୍ୟତା ନାହିଁ ବୋଲି ସିସୋଡିଆ କହିଛନ୍ତି। ଅନ୍ୟପଟେ ସିସୋଡିଆ ଫେରିବା ପରେ ଏଏପି ଆଶ୍ୱସ୍ତ ହୋଇଛି। କାରଣ ସିବିଆଇ ତାଙ୍କୁ ଗିରଫ କରିପାରେ ସନ୍ଦେହରେ ଏଏପି କର୍ମକର୍ତ୍ତା ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ସମୟରେ କର୍ମକର୍ତ୍ତା ଓ ପୋଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri