ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟ ସରକାର ଯୋଗାଇଦେଉଥିବା ସମସ୍ତ ନାଗରିକ ସେବା ଗୋଟିଏ ଓ୍ବେବ୍ ପୋର୍ଟାଲ୍ ଓଡ଼ିଶା ଓ୍ବାନ୍ରେ ଉପଲବ୍ଧ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଉଥିବା ସମସ୍ତ ସୂଚନା ଓଡ଼ିଶା ଓ୍ବାନ୍ ପୋର୍ଟାଲ୍ରୁ ଲୋକମାନେ ପାଇପାରିବେ। ଏହି ପୋର୍ଟାଲ୍ ସହିତ ସମସ୍ତ ପୋର୍ଟାଲ୍କୁ ମିଶ୍ରଣ କରିବା ସକାଶେ ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ମାସକ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି।
ବୈଠକରେ ଯୋଗଦେଇ ଆଇଟି ସଚିବ ମନୋଜ ମିଶ୍ର କହିଛନ୍ତି ଯେ, ଏହି ପୋର୍ଟାଲ ଇ- ଗଭର୍ନାନ୍ସର ବିକଳ୍ପ ନୁହେଁ। ଏହା ଏକ ଇଣ୍ଟିଗ୍ରେଟେଡ ସର୍ଭିସ ଡେଲିଭରି ସିଷ୍ଟମ। ଓଡ଼ିଶା ଓ୍ବାନ୍ ପୋର୍ଟାଲ୍କୁ ସମସ୍ତ ବିଭାଗ ନିଜର ପ୍ରଶାସନିକ ସୁବିଧା ପାଇଁ ବ୍ୟବହାର କରିପାରିବେ। ଏଥିସହିତ ସିଏସ୍ସି ମଡ୍ୟୁଲ, ସର୍ଭିସ ମ୍ୟାନେଜ୍ମେଣ୍ଟ ମଡ୍ୟୁଲ, ଟ୍ରାଞ୍ଜାକ୍ସନ ମ୍ୟାନେଜମେଣ୍ଟ ମଡ୍ୟୁଲ, ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ମଡ୍ୟୁଲ ଆଦି ଖୁବ୍ଶୀଘ୍ର ବିକଶିତ କରାଯିବ। ଓଡ଼ିଶା ଓ୍ବାନ୍ ପୋର୍ଟାଲରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ସମସ୍ତ ସେବାକୁ ସାମିଲ କରାଯିବ।
ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା ପ୍ରମୁଖ ଯୋଗଦେଇଥିଲେ।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
Archives


