ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟ ସରକାର ଯୋଗାଇଦେଉଥିବା ସମସ୍ତ ନାଗରିକ ସେବା ଗୋଟିଏ ଓ୍ବେବ୍ ପୋର୍ଟାଲ୍ ଓଡ଼ିଶା ଓ୍ବାନ୍ରେ ଉପଲବ୍ଧ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଉଥିବା ସମସ୍ତ ସୂଚନା ଓଡ଼ିଶା ଓ୍ବାନ୍ ପୋର୍ଟାଲ୍ରୁ ଲୋକମାନେ ପାଇପାରିବେ। ଏହି ପୋର୍ଟାଲ୍ ସହିତ ସମସ୍ତ ପୋର୍ଟାଲ୍କୁ ମିଶ୍ରଣ କରିବା ସକାଶେ ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ମାସକ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି।
ବୈଠକରେ ଯୋଗଦେଇ ଆଇଟି ସଚିବ ମନୋଜ ମିଶ୍ର କହିଛନ୍ତି ଯେ, ଏହି ପୋର୍ଟାଲ ଇ- ଗଭର୍ନାନ୍ସର ବିକଳ୍ପ ନୁହେଁ। ଏହା ଏକ ଇଣ୍ଟିଗ୍ରେଟେଡ ସର୍ଭିସ ଡେଲିଭରି ସିଷ୍ଟମ। ଓଡ଼ିଶା ଓ୍ବାନ୍ ପୋର୍ଟାଲ୍କୁ ସମସ୍ତ ବିଭାଗ ନିଜର ପ୍ରଶାସନିକ ସୁବିଧା ପାଇଁ ବ୍ୟବହାର କରିପାରିବେ। ଏଥିସହିତ ସିଏସ୍ସି ମଡ୍ୟୁଲ, ସର୍ଭିସ ମ୍ୟାନେଜ୍ମେଣ୍ଟ ମଡ୍ୟୁଲ, ଟ୍ରାଞ୍ଜାକ୍ସନ ମ୍ୟାନେଜମେଣ୍ଟ ମଡ୍ୟୁଲ, ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ମଡ୍ୟୁଲ ଆଦି ଖୁବ୍ଶୀଘ୍ର ବିକଶିତ କରାଯିବ। ଓଡ଼ିଶା ଓ୍ବାନ୍ ପୋର୍ଟାଲରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ସମସ୍ତ ସେବାକୁ ସାମିଲ କରାଯିବ।
ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା ପ୍ରମୁଖ ଯୋଗଦେଇଥିଲେ।
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ
ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…
Archives

