ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌ରୁ ମିଳିବ ସବୁ ନାଗରିକ ସେବା

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟ ସରକାର ଯୋଗାଇଦେଉଥିବା ସମସ୍ତ ନାଗରିକ ସେବା ଗୋଟିଏ ଓ୍ବେବ୍‌ ପୋର୍ଟାଲ୍‌ ଓଡ଼ିଶା ଓ୍ବାନ୍‌ରେ ଉପଲବ୍ଧ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଉଥିବା ସମସ୍ତ ସୂଚନା ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌ରୁ ଲୋକମାନେ ପାଇପାରିବେ। ଏହି ପୋର୍ଟାଲ୍‌ ସହିତ ସମସ୍ତ ପୋର୍ଟାଲ୍‌କୁ ମିଶ୍ରଣ କରିବା ସକାଶେ ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ମାସକ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି।
ବୈଠକରେ ଯୋଗଦେଇ ଆଇଟି ସଚିବ ମନୋଜ ମିଶ୍ର କହିଛନ୍ତି ଯେ, ଏହି ପୋର୍ଟାଲ ଇ- ଗଭର୍ନାନ୍ସର ବିକଳ୍ପ ନୁହେଁ। ଏହା ଏକ ଇଣ୍ଟିଗ୍ରେଟେଡ ସର୍ଭିସ ଡେଲିଭରି ସିଷ୍ଟମ। ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌କୁ ସମସ୍ତ ବିଭାଗ ନିଜର ପ୍ରଶାସନିକ ସୁବିଧା ପାଇଁ ବ୍ୟବହାର କରିପାରିବେ। ଏଥିସହିତ ସିଏସ୍‌ସି ମଡ୍ୟୁଲ, ସର୍ଭିସ ମ୍ୟାନେଜ୍‌ମେଣ୍ଟ ମଡ୍ୟୁଲ, ଟ୍ରାଞ୍ଜାକ୍ସନ ମ୍ୟାନେଜମେଣ୍ଟ ମଡ୍ୟୁଲ, ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ମଡ୍ୟୁଲ ଆଦି ଖୁବ୍‌ଶୀଘ୍ର ବିକଶିତ କରାଯିବ। ଓଡ଼ିଶା ଓ୍ବାନ୍‌ ପୋର୍ଟାଲରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ସମସ୍ତ ସେବାକୁ ସାମିଲ କରାଯିବ।
ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?