ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌ରୁ ମିଳିବ ସବୁ ନାଗରିକ ସେବା

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟ ସରକାର ଯୋଗାଇଦେଉଥିବା ସମସ୍ତ ନାଗରିକ ସେବା ଗୋଟିଏ ଓ୍ବେବ୍‌ ପୋର୍ଟାଲ୍‌ ଓଡ଼ିଶା ଓ୍ବାନ୍‌ରେ ଉପଲବ୍ଧ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଉଥିବା ସମସ୍ତ ସୂଚନା ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌ରୁ ଲୋକମାନେ ପାଇପାରିବେ। ଏହି ପୋର୍ଟାଲ୍‌ ସହିତ ସମସ୍ତ ପୋର୍ଟାଲ୍‌କୁ ମିଶ୍ରଣ କରିବା ସକାଶେ ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ମାସକ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି।
ବୈଠକରେ ଯୋଗଦେଇ ଆଇଟି ସଚିବ ମନୋଜ ମିଶ୍ର କହିଛନ୍ତି ଯେ, ଏହି ପୋର୍ଟାଲ ଇ- ଗଭର୍ନାନ୍ସର ବିକଳ୍ପ ନୁହେଁ। ଏହା ଏକ ଇଣ୍ଟିଗ୍ରେଟେଡ ସର୍ଭିସ ଡେଲିଭରି ସିଷ୍ଟମ। ଓଡ଼ିଶା ଓ୍ବାନ୍‌ ପୋର୍ଟାଲ୍‌କୁ ସମସ୍ତ ବିଭାଗ ନିଜର ପ୍ରଶାସନିକ ସୁବିଧା ପାଇଁ ବ୍ୟବହାର କରିପାରିବେ। ଏଥିସହିତ ସିଏସ୍‌ସି ମଡ୍ୟୁଲ, ସର୍ଭିସ ମ୍ୟାନେଜ୍‌ମେଣ୍ଟ ମଡ୍ୟୁଲ, ଟ୍ରାଞ୍ଜାକ୍ସନ ମ୍ୟାନେଜମେଣ୍ଟ ମଡ୍ୟୁଲ, ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ମଡ୍ୟୁଲ ଆଦି ଖୁବ୍‌ଶୀଘ୍ର ବିକଶିତ କରାଯିବ। ଓଡ଼ିଶା ଓ୍ବାନ୍‌ ପୋର୍ଟାଲରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ସମସ୍ତ ସେବାକୁ ସାମିଲ କରାଯିବ।
ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri