‘ଡିସେମ୍ବରରେ ଦାବି ପୂରଣ ନ ହେଲେ ସବୁ କଲେଜ ବନ୍ଦ’

ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଟାଉନ ହଲ୍‌ରେ ପୂର୍ବ ଓଡ଼ିଶା ଓ ଉତ୍ତର ଓଡ଼ିଶା ଅଧ୍ୟକ୍ଷ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ୫ ଜିଲାର ସମସ୍ତ କଲେଜ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ଏହାକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟଅତିଥି ଭାବେ ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ ରାୟ ଯୋଗଦେଇ ସଂଘର ଯଥୋଚିତ ଦାବିଗୁଡ଼ିକୁ ନେଇ ସରକାରଙ୍କ ସହ ଆଲୋଚନା କରି ସମାଧାନର ବ୍ୟବସ୍ଥା କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ସଂଘ ପକ୍ଷରୁ ସମାନ ଗ୍ରେଡ୍‌ ପେ ଆଧାରରେ ସମସ୍ତ ବର୍ଗଙ୍କୁ ସମାନ ଦରମା ପ୍ରଦାନ, କର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ସହ ପେନ୍‌ସନ ପରିସରଭୁକ୍ତ କରିବା, ବାଦ୍‌ ପଡ଼ିଥିବା କର୍ମଚାରୀଙ୍କୁ ଅନୁଦାନ ପରିସରଭୁକ୍ତ ଆଦି ପ୍ରମୁଖ ଦାବିରେ ଦୀର୍ଘ ୨୮୦ ଦିନ ହେଲା ଲୋୟର ପିଏମ୍‌ଜିରେ ସଂଘ ପକ୍ଷରୁ ଅହୋରାତ୍ର ଧାରଣା ଜାରି ରହିଛି।

ଡିସେମ୍ବର ଶେଷ ସୁଦ୍ଧା ସରକାର ଦାବି ପୂରଣ ନ କଲେ ସମଗ୍ର ରାଜ୍ୟରେ କଲେଜଗୁଡ଼ିକୁ ବନ୍ଦ କରି ଉପଜିଲାପାଳଙ୍କୁ ଚାବି ହସ୍ତାନ୍ତର କରାଯିବ ବୋଲି ରାଜ୍ୟ ସଭାପତି ଗୋଲକ ନାୟକ, ସାଧାରଣ ସମ୍ପାଦକ ସାଉଦ୍ଦିନ ଅହମଦ, ଡ. ଗଗନ ବେଉରା, ଡ. ତପନ ଜେନା, ଗଜେନ୍ଦ୍ର ନାୟକ, ଜୟନ୍ତ ସେଠୀ, ସଂଗ୍ରାମ ମଲ୍ଲିକ, ଅସୀମା ସାହୁ, ଗୁନାକର ଦାସ ପ୍ରମୁଖ ସମ୍ମିଳନୀରେ ଚେତବନୀ ଦେଇଛନ୍ତି। ଜିଲା ସଭାପତି ଆଦିତ୍ୟ କୁମାର ଜେନା ଅଧ୍ୟକ୍ଷତା କରିଥିବା ବେଳେ ଆବାହକ ସୁଶାନ୍ତ କୁମାର ବାରିକ ମଞ୍ଚ ପରିଚାଳନା ଓ ଜିଲା ସମ୍ପାଦକ ଲକ୍ଷ୍ମୀଧର ନାୟକ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri