‘ଡିସେମ୍ବରରେ ଦାବି ପୂରଣ ନ ହେଲେ ସବୁ କଲେଜ ବନ୍ଦ’

ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଟାଉନ ହଲ୍‌ରେ ପୂର୍ବ ଓଡ଼ିଶା ଓ ଉତ୍ତର ଓଡ଼ିଶା ଅଧ୍ୟକ୍ଷ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ୫ ଜିଲାର ସମସ୍ତ କଲେଜ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ଏହାକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟଅତିଥି ଭାବେ ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ ରାୟ ଯୋଗଦେଇ ସଂଘର ଯଥୋଚିତ ଦାବିଗୁଡ଼ିକୁ ନେଇ ସରକାରଙ୍କ ସହ ଆଲୋଚନା କରି ସମାଧାନର ବ୍ୟବସ୍ଥା କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ସଂଘ ପକ୍ଷରୁ ସମାନ ଗ୍ରେଡ୍‌ ପେ ଆଧାରରେ ସମସ୍ତ ବର୍ଗଙ୍କୁ ସମାନ ଦରମା ପ୍ରଦାନ, କର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ସହ ପେନ୍‌ସନ ପରିସରଭୁକ୍ତ କରିବା, ବାଦ୍‌ ପଡ଼ିଥିବା କର୍ମଚାରୀଙ୍କୁ ଅନୁଦାନ ପରିସରଭୁକ୍ତ ଆଦି ପ୍ରମୁଖ ଦାବିରେ ଦୀର୍ଘ ୨୮୦ ଦିନ ହେଲା ଲୋୟର ପିଏମ୍‌ଜିରେ ସଂଘ ପକ୍ଷରୁ ଅହୋରାତ୍ର ଧାରଣା ଜାରି ରହିଛି।

ଡିସେମ୍ବର ଶେଷ ସୁଦ୍ଧା ସରକାର ଦାବି ପୂରଣ ନ କଲେ ସମଗ୍ର ରାଜ୍ୟରେ କଲେଜଗୁଡ଼ିକୁ ବନ୍ଦ କରି ଉପଜିଲାପାଳଙ୍କୁ ଚାବି ହସ୍ତାନ୍ତର କରାଯିବ ବୋଲି ରାଜ୍ୟ ସଭାପତି ଗୋଲକ ନାୟକ, ସାଧାରଣ ସମ୍ପାଦକ ସାଉଦ୍ଦିନ ଅହମଦ, ଡ. ଗଗନ ବେଉରା, ଡ. ତପନ ଜେନା, ଗଜେନ୍ଦ୍ର ନାୟକ, ଜୟନ୍ତ ସେଠୀ, ସଂଗ୍ରାମ ମଲ୍ଲିକ, ଅସୀମା ସାହୁ, ଗୁନାକର ଦାସ ପ୍ରମୁଖ ସମ୍ମିଳନୀରେ ଚେତବନୀ ଦେଇଛନ୍ତି। ଜିଲା ସଭାପତି ଆଦିତ୍ୟ କୁମାର ଜେନା ଅଧ୍ୟକ୍ଷତା କରିଥିବା ବେଳେ ଆବାହକ ସୁଶାନ୍ତ କୁମାର ବାରିକ ମଞ୍ଚ ପରିଚାଳନା ଓ ଜିଲା ସମ୍ପାଦକ ଲକ୍ଷ୍ମୀଧର ନାୟକ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri