ସବୁ କଚ୍ଚାଘର ହେବ ପକ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ୪ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗ୍ରାମାଞ୍ଚଳକୁ ନୂଆ ଯୋଜନା ଭେଟି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ) ଯୋଜନାରେ ପକ୍କାଘର ପାଇବାକୁ ଯୋଗ୍ୟ ବିବେଚିତ ହେଉ ନ ଥିବା ଏବଂ ପକ୍କା ଘର ନ ଥିବା ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯିବ। ଏଥିପାଇଁ ରାଜ୍ୟ ସରକାର ‘ମୋ ଘର’ ନାମରେ ନୂଆ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଆସନ୍ତା ୨ ବର୍ଷ ପାଇଁ ରାଜ୍ୟ ସରକାର ୪ ଲକ୍ଷ ହିତାଧିକାରୀଙ୍କ ପାଇଁ ୨୧୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ପଞ୍ଚୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏ ସମ୍ପର୍କିତ ପ୍ରସ୍ତାବକୁ ସୋମବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ସାଧାରଣ ନିର୍ବାଚନକୁ ଆଉ କିଛି ମାସ ବାକି ରହିଛି। ଗ୍ରାମାଞ୍ଚଳ ଭୋଟରଙ୍କ ଉପରେ ଏବେ ନଜର। ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ବାସଗୃହ ଓ ପାନୀୟ ଜଳ ଯୋଗାଣ ଉପରେ ରାଜ୍ୟ ସରକାର ଅଧିକ ଫୋକସ ଦେଉଛନ୍ତି ବୋଲି ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ କୁହାଯାଉଛି।
ବର୍ତ୍ତମାନର ଗୃହ ନିର୍ମାଣ ଯୋଜନାରେ ଥିବା କଠୋର ଚୟନ ମାନଦଣ୍ଡ ଦ୍ୱାରା ବାଦ୍‌ ପଡ଼ିଥିବା ପରିବାର କିମ୍ବା ସ୍ବଳ୍ପ ଗୃହ ମଞ୍ଜୁର ଲକ୍ଷ୍ୟ ଧାର୍ଯ୍ୟ କାରଣରୁ ବଞ୍ଚିତ ଥିବା ପରିବାର ଏହି ନୂତନ ଯୋଜନାରେ ଉପକୃତ ହୋଇପାରିବେ। ସେହିପରି ପୂର୍ବରୁ ସ୍ବଳ୍ପ ଗୃହ ନିର୍ମାଣ ସହାୟତା ପାଇଥିବା ପରିବାର ମଧ୍ୟ ଏହି ଯୋଜନା ମାଧ୍ୟମରେ ନିଜ ଗୃହର ଉନ୍ନତୀକରଣ ଅଥବା ସମ୍ପ୍ରସାରଣ କରିପାରିବେ। ଯଦି କୌଣସି ପରିବାର କଚ୍ଚା ଘରେ କିମ୍ବା ଗୋଟିଏ କଠୋରି ଥିବା କଂକ୍ରିଟ ଛାତ ଘରେ ବସବାସ କରୁଥିବେ ଏବଂ ପୂର୍ବରୁ ସରକାରଙ୍କଠାରୁ କୌଣସି ଗୃହ ନିର୍ମାଣ ସହାୟତା ପାଇ ନଥିଲେ ଏହି ଯୋଜନାର ଲାଭ ପାଇପାରିବେ। ତେବେ କୌଣସି ହିତାଧିକାରୀ ୭୦ ହଜାର ଟଙ୍କାରୁ କମ୍‌ ପରିମାଣର ସହାୟତା ପାଇଥିଲେ ଏବଂ ସେମାନଙ୍କର ମାସିକ ଆୟ ୨୫ ହଜାର ଟଙ୍କାରୁ କମ୍‌ ଥିଲେ, ଅଣବ୍ୟବସାୟିକ ମୋଟରଚାଳିତ ଚାରିଚକିଆ ଯାନ ନ ଥିଲେ, ପରିବାରର କୌଣସି ସଦସ୍ୟ ସରକାରୀ କିମ୍ବା ସରକାରୀ ଉଦ୍ୟୋଗରେ ନିୟମିତ କର୍ମଚାରୀ କିମ୍ବା ପେନସନଭୋଗୀ ହୋଇ ନ ଥିଲେ, ୫ ଏକରରୁ କମ୍‌ ଜଳସେଚିତ କିମ୍ବା ୧୫ ଏକରରୁ କମ୍‌ ଅଣଜଳସେଚିତ ଜମି ଥିଲେ ସେହି ପରିବାରଙ୍କୁ ମୋ ଘର ଯୋଜନାରେ ସହାୟତା ମିଳିପାରିବ।
ଯୋଜନାରେ ହିତାଧିକାରୀ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇପାରିବେ। ପ୍ରଥମ ବର୍ଷର ରିହାତି ଅବଧିକୁ ବାଦ୍‌ ଦେଇ ପରବର୍ତ୍ତୀ ୧୦ ବର୍ଷ ମଧ୍ୟରେ ଋଣ ପରିଶୋଧ କରିବାକୁ ହେବ। ଏହି ଯୋଜନାରେ ୧ ଲକ୍ଷ, ୧.୫ ଲକ୍ଷ, ୨ ଲକ୍ଷ ଓ ୩ ଲକ୍ଷ ଟଙ୍କାର ବ୍ୟାଙ୍କ ଋଣ ବ୍ୟବସ୍ଥା ରହିଛି। ଏଥିମଧ୍ୟରୁ ଆବେଦନକାରୀଙ୍କୁ ଗୋଟିଏ ପ୍ରକାରର ଋଣକୁ ବାଛିବାକୁ ହେବ। ଏହି ସବୁ ପ୍ରକାର ଋଣ ପାଇଁ ସବ୍‌ସିଡିର ବ୍ୟବସ୍ଥା କରାଯାଇଛି। ୧ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୩୦ ହଜାର ଟଙ୍କା ଏବଂ ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୪୦ ହଜାର ଟଙ୍କା ସବ୍‌ସିଡି ମିଳିବ। ୧.୫ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୪୫ ହଜାର ଟଙ୍କା ଏବଂ ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୫୫ ହଜାର ଟଙ୍କା, ୨ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୬୦ ହଜାର ଏବଂ ଅନୁସୂଚିତ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୭୦ ହଜାର, ୩ ଲକ୍ଷ ଟଙ୍କା ଋଣରେ ସାଧାରଣ ବର୍ଗଙ୍କୁ ୬୦ ହଜାର ଏବଂ ଜାତି, ଜନଜାତି ଓ ଭିନ୍ନକ୍ଷମଙ୍କୁ ୭୦ ହଜାର ଟଙ୍କା ସବ୍‌ସିଡି ମିଳିବ।
ହିତାଧିକାରୀ ଇଚ୍ଛା କଲେ ୧୦ ବର୍ଷ ପୂର୍ବରୁ ମଧ୍ୟ ଋଣ ପରିଶୋଧ କରିପାରିବେ ଓ ମାସିକ କିସ୍ତି ରାଶିର ପରିମାଣ ବୃଦ୍ଧି କରିପାରିବେ। ବ୍ୟାଙ୍କ ହିତାଧିକାରୀଙ୍କଠାରୁ ପ୍ରାକ୍‌ ଋଣ ପରିଶୋଧ ବାବଦ କୌଣସି ଜରିମାନା ଅର୍ଥ ଆଦାୟ କରିପାରିବ ନାହିଁ। ଆବେଦନକାରୀ ଋଣ ପରିମାଣର ଅନ୍ତତଃ ୧୦% ଅର୍ଥରାଶି ମାର୍ଜିନ ଅର୍ଥ ହିସାବରେ ବିନିଯୋଗ କରିବେ। ଏହି ସର୍ବନିମ୍ନ ଅର୍ଥକୁ ଆବେଦନକାରୀ ଶ୍ରମଦାନ, ଗୃହ ନିର୍ମାଣ ସାମଗ୍ରୀ କ୍ରୟ କିମ୍ବା ଅର୍ଥ ଆକାରରେ ବିନିଯୋଗ କରିପାରିବେ। ଗୃହ ନିର୍ମାଣ କରାଯାଉଥିବା ଜମି ସ୍ବତ୍ୱ ସ୍ଥିତିବାନ ବର୍ଗର ଓ ଘରବାରି କିସମର ହୋଇଥିବା ଆବଶ୍ୟକ। ଏହି ଜମିକୁ ଆବେଦନକାରୀ ସବ୍‌ ରେଜିଷ୍ଟ୍ରାର ଅଫିସରେ ଋଣ ପରିଶୋଧ ପର୍ଯ୍ୟନ୍ତ ବନ୍ଧକ ସୂତ୍ରରେ ପଞ୍ଜୀକରଣ କରିବାକୁ ହେବ। ହିତାଧିକାରୀଙ୍କ ଆର୍ଥିକ ବୋଝକୁ ହ୍ରାସ କରିବାକୁ ରାଜ୍ୟ ସରକାର ବନ୍ଧକ ସମୟରେ ଆବଶ୍ୟକ ପଞ୍ଜୀକରଣ ଶୁଳ୍କ ଓ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରିଛନ୍ତି। ସେହିପରି ଋଣ ନିମନ୍ତେ ସବ୍‌ ରେଜିଷ୍ଟ୍ରାର ଅଫିସରୁ ଆବଶ୍ୟକ ଦସ୍ତାବିଜର ପ୍ରମାଣୀକୃତ ନକଲ, ଇସି ଇତ୍ୟାଦି ପାଇବା ପାଇଁ ଆବଶ୍ୟକ ଦେୟକୁ ମଧ୍ୟ ସରକାର ଛାଡ଼ କରିଛନ୍ତି। ଗୃହ ନିର୍ମାଣ ସ୍ତର ଅନୁସାରେ ଋଣ ରାଶି ୨/୩ ପର୍ଯ୍ୟାୟରେ ପ୍ରଦାନ କରାଯିବ। ଋଣ ଆବେଦନ ନିମନ୍ତେ ରାଜ୍ୟ ସରକାର ଆଇନ ପରାମର୍ଶଦାତାଙ୍କ ଖର୍ଚ୍ଚ ବାବଦକୁ ୧ ହଜାର ଟଙ୍କା ବହନ କରିବେ। ଏହି ଯୋଜନାରେ ପୂର୍ବରୁ ପାଇ ନ ଥିବା ହିତାଧିକାରୀଙ୍କୁ ଶୌଚଳାୟ ନିର୍ମାଣ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ ଆଦି ଯୋଜନାରେ ମଧ୍ୟ ସାମିଲ କରାଯିବ। ବ୍ୟାଙ୍କ ପକ୍ଷରୁ କୌଣସି ପ୍ର୍‌କାର ପ୍ରୋସେସିଂ ଫି ଆଦାୟ କରାଯିବ ନାହିଁ।
ଏହି ଯୋଜନାରେ ଆବେଦନ ନିମନ୍ତେ ଏକ ନିର୍ଦ୍ଦିଷ୍ଟ ୱେବ୍‌ସାଇଟ୍‌ https://rhodisha.gov.in/moghara କାର୍ଯ୍ୟକ୍ଷମ ହେବ। ଏହି ୱେବ୍‌ସାଇଟ୍‌ ମାଧ୍ୟମରେ ଋଣ ଆବେଦନ ତଦାରଖ ଓ ପରିଚାଳନା କରାଯାଇପାରିବ। ଋଣ ପାଇବା ପାଇଁ ଇଚ୍ଛୁକ ବ୍ୟକ୍ତିଙ୍କୁ ଆବେଦନ କରିବା ପୂର୍ବରୁ ଏହି ୱେବ୍‌ସାଇଟ୍‌ରେ ପ୍ରଥମେ ପଞ୍ଜୀକରଣ କରିବାକୁ ପଡ଼ିବ, ଯାହା ଓଟିପି ମାଧ୍ୟମରେ ବୈଧ ହେବ। ଆସନ୍ତା ଜୁନ୍‌ ୧୬ରୁ ଆବେଦନ ଗ୍ରହଣ କରାଯିବ। ଆବେଦନକାରୀ ନିଜେ କିମ୍ବା ‘ମୋ ସେବା କେନ୍ଦ୍ର’ ମାଧ୍ୟମରେ ଆବେଦନ ଦରଖାସ୍ତ ପୂରଣ କରିପାରିବେ। ଆବେଦନପତ୍ର ଦାଖଲ ସମୟରେ ଆବେଦନକାରୀଙ୍କୁ ପାସ୍‌ପୋର୍ଟ ଆକାରର ଫଟୋ, ଆଧାର କାର୍ଡ, କେୱାଇସି ଡକ୍ୟୁମେଣ୍ଟ (ଭୋଟର ଆଇଡି, ପାନ୍‌ କାର୍ଡ, ଜବ୍‌ କାର୍ଡ, ଡ୍ରାଇଭିଂ ଲାଇସେନ୍ସ), ଜମି ରେକର୍ଡ, ଜାତି ପ୍ରମାଣପତ୍ର, ଭିନ୍ନକ୍ଷମ ପ୍ରମାଣପତ୍ର, ଆୟ, ପ୍ରମାଣପତ୍ର ଇତ୍ୟାଦି କାଗଜପତ୍ର ସଂଲଗ୍ନ କରିବାକୁ ପଡ଼ିବ।
ଏହି ନୂଆ ଯୋଜନା ସହିତ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୮ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ରାଜ୍ୟ ସରକାର ଗ୍ରାମାଞ୍ଚଳ ପାନୀୟ ଯୋଗାଣ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ବଲାଙ୍ଗୀର, ଗଜପତି ଓ ଗଞ୍ଜାମ ଜିଲାର ୧୨ ଲକ୍ଷ ୮୫ ହଜାର ୮୦୧ ଜଣ ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାୟ ୨୩୧୦ କୋଟି ଟଙ୍କା ଖର୍ଚ୍ଚ କରିବେ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଟେଣ୍ଡର ଅନୁମୋଦନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?