ଢେଙ୍କାନାଳ,୧୭।୧(ରତନ ନାୟାର): ଢେଙ୍କାନାଳ ସଦର ତହସିଲ କାର୍ଯ୍ୟାଳୟ ରେକର୍ଡରୁମ୍ଠାରେ ଗତ ୯ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ କେତେଜଣ କର୍ମଚାରୀ ଓ ପଥର ମାଫିଆ ବସି ଭୋଜିଭାତ ଓ ନିଶା ଦ୍ରବ୍ୟର ଆସର ଜମାଇଥିଲେ। ଏହି ଘଟଣା ଜଣାପଡିବା ପରେ ଢେଙ୍କାନାଳ ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଏହାର ଏକ ଆଭ୍ୟନ୍ତରୀଣ ତଦନ୍ତ କରାଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରୁ ଅପରାହ୍ନ ପ୍ରାୟ ୨ଟା ପର୍ଯ୍ୟନ୍ତ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଘଟଣାର ତନାଘନା ହୋଇଥିଲା। ଉକ୍ତ ରାତିରେ ତହସିଲ କାର୍ଯ୍ୟାଳୟରେ ଉପସ୍ଥିତ ଥିବା କେତେଜଣ କର୍ମଚାରୀ ଏବଂ ଅନ୍ୟ କେତେଜଣ କର୍ମଚାରୀଙ୍କୁ ଡାକି ଉପଜିଲାପାଳ ତଦନ୍ତ କରିଥିଲେ। ସନ୍ଧ୍ୟା ସୁଦ୍ଧା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଖବର ପ୍ରଦାନ କରାଯିବ ବୋଲି ଉପଜିଲାପାଳ କହିଥିଲେ। କିନ୍ତୁ ରାତି ସୁଦ୍ଧା କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଜଣେ ପ୍ରଭାବଶାଳୀ କର୍ମଚାରୀ, ନେତାଙ୍କ ଚାପରେ କାର୍ଯ୍ୟାନୁଷ୍ଠାନକୁ ରୋକି ଦିଆଯାଇଥିବା ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡିଛି। ଦୀର୍ଘବର୍ଷ ଧରି ତହସିଲ କାର୍ଯ୍ୟାଳୟରେ ରହି କାର୍ଯ୍ୟାଳୟକୁ ବିଭିନ୍ନ କାର୍ଯ୍ୟ ପାଇଁ ଆସୁଥିବା ଲୋକଙ୍କୁ ନ୍ୟାୟ ପ୍ରଦାନ ନ କରିବା, ପଚାରିଲେ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଆଦି ସମ୍ପର୍କରେ କେତେଜଣ କର୍ମଚାରୀଙ୍କ ନାମରେ ଅଭିଯୋଗ ହୋଇଥିଲା। ତଦନ୍ତ ସମୟରେ ଏହି କର୍ମଚାରୀମାନଙ୍କ କାର୍ଯ୍ୟକଳାପ ବିଷୟରେ ଜଣାପଡିବା ପରେ ସେମାନଙ୍କୁ ଅନ୍ୟତ୍ର ବଦଳି ପାଇଁ ଆଲୋଚନା ହୋଇଥିଲା। କିନ୍ତୁ ଏହାକୁ ମଧ୍ୟ କାହା ସ୍ବାର୍ଥରେ ରୋକାଗଲା ତାହା ତଦନ୍ତ ସାପେକ୍ଷ। ଏ ସଂକ୍ରାନ୍ତରେ ଢେଙ୍କାନାଳ ଉପଜିଲାପାଳ ସପନ କୁମାର ନନ୍ଦ କହିଛନ୍ତି, ତଦନ୍ତ ଚାଲିଛି। ବର୍ତ୍ତମାନ ସୁଦ୍ଧା କିଛି ମିଳିନାହିଁ। ବଦଳି ବିଷୟରେ କହିିପାରିବିନି। ଏ ବିଷୟରେ ଜିଲାପାଳ ହିଁ କହିବେ। ତଦନ୍ତ ସରିଲା ପରେ ଆମେ ଜଣାଇବୁ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ କାହା ସ୍ବାର୍ଥରେ ଶୂନ ହେଲା, ବିଳମ୍ବିତ ରାତି ପର୍ଯ୍ୟନ୍ତ କାର୍ଯ୍ୟାଳୟ ରେକର୍ଡରୁମ୍ରେ କର୍ମଚାରୀ ଓ ଖଣି ମାଫିଆଙ୍କ ଆସର ବିଷୟରେ ଜାଣି ମଧ୍ୟ ପ୍ରଶାସନ କେଉଁ କାରଣରୁ ନୀରବତା ଅବଲମ୍ବନ କଲା, ତାହାକୁ ନେଇ ସାଧାରଣରେ ନାନା ଚର୍ଚ୍ଚା ହେଉଛି।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

