୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୧: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନାରେ କହିଛନ୍ତି। ବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଏକ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଛି। ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ବିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ବିଭାଗ, ଯଥା-ସ୍ବାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଆସନ୍ତା ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀସ୍ତରରେ ଦେଢ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। ୨ ବର୍ଷରେ ୬୫ ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ବିଭିନ୍ନ ବିଭାଗରେ ୧,୧୦,୫୫୭ଟି ପଦବୀ ଖାଲି ରହିଛି। ଏଗୁଡିକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରି ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆୟୋଗଗୁଡିକୁ ପ୍ରସ୍ତାବ ଦେବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବିଭିନ୍ନ ବିଭାଗରେ ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଖାଲି ଥିବା ପଦବୀ ପୂରଣ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସ୍ବତନ୍ତ୍ର ରିକ୍ରୁଟମେଣ୍ଟ ଡ୍ରାଇଭ କରିବାକୁ କହିଛନ୍ତି। ଗ୍ରୁପ-ବି ବର୍ଗର ପଦବୀ ପୂରଣ ପାଇଁ ଏମପାଓ୍ବାର୍ଡ କମିଟିର ଅନୁମୋଦନ ଦରକାର ନାହିଁ। ଭିନ୍ନକ୍ଷମ ବର୍ଗଙ୍କ ନିଯୁକ୍ତି କ୍ଷେତ୍ରରେ ଯାଞ୍ଚ ଓ ସଂରକ୍ଷଣ ପାଇଁ ଅର୍ଥ ବିଭାଗରେ କାର୍ଯ୍ୟରତ ଥିବା ଏମପାଓ୍ବାର୍ଡ କମିଟିକୁ ପୁନର୍ଗଠନ କରି ସେଥିରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିସହିତ ଅବିଭକ୍ତ କୋରାପୁଟ ଜିଲାର ପରୀକ୍ଷାର୍ଥୀଙ୍କ ସୁବିଧା ଦୃଷ୍ଟିରୁ ଜୟପୁର ଠାରେ ଲୋକସେବା ଆୟୋଗର ଏକ ପରୀକ୍ଷା କେନ୍ଦ୍ର କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ବର୍ତ୍ତମାନ ଲୋକସେବା ଆୟୋଗର ୫ଟି ପରୀକ୍ଷା କେନ୍ଦ୍ର ରହିଛି। ବୈଠକରେ ଓଡିଶା ପବ୍ଲିକ ସର୍ଭିସ୍‌ କମିଶନର ଅଧ୍ୟକ୍ଷ ଅରୁଣ ଷଡଙ୍ଗୀ, ଓଡିଶା ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଅଭୟ, ଓଡିଶା ସବୋର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଲଳିତ ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ଆୟୋଗ ଗୁଡିକର ସଦସ୍ୟବୃନ୍ଦ ଏବଂ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?