ଏହି ଜିଲାରେ ୨ ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୧୮ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ସମେତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି।
ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ନଭେମ୍ବର ୧୯ ଓ ୨୦ ତାରିଖରେ ଗଞ୍ଜାମ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଓ୍ବାର୍ନିଂ ଜାରି ହୋଇଛି। ଏହାକୁ ଗୁରୁତ୍ୱର ସହ ନେଇ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଜିଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ଏବଂ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରହିବ। ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ମଧ୍ୟ ସମ୍ପୃକ୍ତ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ରହିଛି।

ଅନ୍ୟପକ୍ଷରେ, ଆବଶ୍ୟକ ପଡ଼ିଲେ ଏହି ଶିକ୍ଷାନୁଷ୍ଠାନଗୁଡ଼ିକୁ ଅସ୍ଥାୟୀ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ। ଏଥିନିମନ୍ତେ ପାନୀୟ ଜଳ, ବିଦ୍ୟୁତ୍‌ ସଂଯୋଗ, ପାଓ୍ବାର ବ୍ୟାକଅପ୍‌ ଓ ପରିମଳ ବ୍ୟବସ୍ଥା ସମେତ ଆବଶ୍ୟକୀୟ ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିକୁ ମୁକାବିଲା କରିବା ସହ ଜିରୋ କାଜୁଆଲିଟି ଲକ୍ଷ୍ୟ ହାସଲ ପାଇଁ ଜିଲା ପ୍ରଶାସନ ସମସ୍ତ ପ୍ରକାର ଆଗୁଆ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ୨ ଦିନ ସମସ୍ତ ସ୍କୁଲ ଛୁଟି

ଖୋର୍ଦ୍ଧା,୧୮ା୧୧(ପ୍ରଭାତ ପାଣିଗ୍ରାହୀ): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ରାଜ୍ୟରେ ୧୭ରୁ ୨୩ ନଭେମ୍ବର ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପାଣିପାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା…

IPL ୨୦୨୭ ଅକ୍ସନ୍‌ ପୂର୍ବରୁ ବଡ଼ ହଲଚଲ୍‌! ଧୋନୀଙ୍କ ସମେତ ୫ ଚାମ୍ପିଅନ୍‌ ଖେଳାଳି ବାଦ୍‌

ନୂଆଦିଲ୍ଲୀ, ୧୮।୧୧: IPL ୨୦୨୭ ମିନି ଅକ୍ସନ୍‌ ପୂର୍ବରୁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ରିଟେନ୍‌ ଓ ରିଲିଜ୍‌ ଖେଳାଳିଙ୍କ ତାଲିକା ଜାରି କରିଛନ୍ତି ।…

ବାତ୍ୟା ମୁକାବିଲା ପାଇଁ କୋରାପୁଟ ପ୍ରଶାସନର ଆଗୁଆ ପ୍ରସ୍ତୁତି, ୮୪ଟି ବୁଡ଼ି ଅଞ୍ଚଳ ଚିହ୍ନଟ

କୋରାପୁଟ,୧୮।୧୧(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଜିଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ…

ଅଚାନକ ଡହ ଜଳଭଣ୍ଡାରରେ ପହଞ୍ଚିଲେ ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ, ସ୍ଥିତି ସମୀକ୍ଷା କରି…

ଭଞ୍ଜନଗର,୧୮ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାବାସୀ ଗତବନ୍ୟାରୁ ମୁକୁଳି ନ ଥିବାବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଆସନ୍ତା ୧୯ ଓ ୨୦ ତାରିଖ…

ବଡ଼ ଖବର, ନଭେମ୍ବର ୧୯ରେ ବନ୍ଦ ରହିବ UPI ସେବା

ନୂଆଦିଲ୍ଲୀ, ୧୮।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (SBI) ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା। ଆସନ୍ତା ନଭେମ୍ବର ୧୯ ତାରିଖରେ ପ୍ରାୟ ୪୫ ମିନିଟ୍‌ ପାଇଁ ବ୍ୟାଙ୍କର UPI…

ଚିଲିକାରେ ସମସ୍ତ ପ୍ରକାର ଡଙ୍ଗା ଚଳାଚଳ ବନ୍ଦ, ଜରୁରୀ ନିର୍ଦ୍ଦେଶନାମା ଜାରି କରି…

କୃଷ୍ଣପ୍ରସାଦ,୧୮।୧୧: ସମ୍ଭାବ୍ୟ ବାତ୍ୟା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଚିଲିକା ହ୍ରଦରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଯାତ୍ରୀ ଓ ପର୍ଯ୍ୟଟକମାନଙ୍କ ସୁରକ୍ଷା ନିମନ୍ତେ ସୋମବାରଠାରୁ…

ବିଶ୍ୱରେ ସବୁଠୁ ଅଧିକ ଖାଦ୍ୟ ନଷ୍ଟ କରେ ଏହି ଦେଶ, ଭାରତର ସ୍ଥାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୮।୧୧: ଦୁନିଆରେ ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଦୁଇ ଓଳି ଖାଇବାକୁ ପାଉନାହାନ୍ତି । ଭୋକିଲା ପେଟରେ ଶୋଇବାକୁ ବାଧ୍ୟ ହେଉଛନ୍ତି । ଅନ୍ୟପଟେ ପ୍ରତିବର୍ଷ…

SRCଙ୍କ ବଡ଼ ପଦକ୍ଷେପ: ୨୦ ତାରିଖ ଯାଏଁ ବନ୍ଦ ରହିବ ବେଳାଭୂମି

ଭୁବନେଶ୍ୱର,୧୮।୧୧: ସାମୁଦ୍ରିକ ଝଡ଼ ‘ଅକ୍ୱାନ’ ଭୀଷଣ ବାତ୍ୟାର ରୂପ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡ଼ି ଆସୁଛି ବାତ୍ୟା। ବାତ୍ୟା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?