ଓଡ଼ିଶାର ଚାଷୀଙ୍କୁ ପିଏମ୍‌ କିଷାନ: ସମସ୍ତ ଯୋଗ୍ୟ ଚାଷୀ ପାଇବେ ଟଙ୍କା

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଓଡ଼ିଶାର ସମସ୍ତ ଯୋଗ୍ୟ ଚାଷୀ ପ୍ରଧାନମନ୍ତ୍ରୀ(ପିଏମ୍‌) କିଷାନ ନିଧି ସମ୍ମାନ ଯୋଜନାର ଲାଭ ପାଇବେ। ଏ ନେଇ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍‌ କିଷାନ ନିଧି ଯୋଜନାରେ ଓଡ଼ିଶା ଚାଷୀଙ୍କୁ ସାମିଲ କରିବା ନେଇ ତୋମାରଙ୍କୁ ଚିଠି ଲେଖିଥିଲେ। ଏହି ଚିଠି ପାଇବା ପରେ କେନ୍ଦ୍ର କୃଷିମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ଯଥାଶୀଘ୍ର ଓଡ଼ିଶାର ସମସ୍ତ ଚାଷୀ ପିଏମ୍‌ କିଷାନ ସମ୍ମାନ ନିଧିର ଲାଭ ପାଇବେ। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନୁରୋଧ ରକ୍ଷା କରି ତତ୍‌କ୍ଷଣାତ୍‌ ପଦକ୍ଷେପ ଗ୍ରହଣ କରିବା ଓ ପ୍ରତିଶ୍ରୁତି ଦେଇଥିବାରୁ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଦେଇଛନ୍ତି।

ଓଡ଼ିଶା ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ଧର୍ମେନ୍ଦ୍ର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଥିଲେ। ରାଜ୍ୟର ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ କିପରି ମିଳିପାରିବ ସେ ନେଇ ରାଜ୍ୟ ସରକାର ଏବଂ ବିଭାଗୀୟ ମନ୍ତ୍ରଣାଳୟ ମଧ୍ୟରେ ଏକ ବୈଠକ ଡକାଯାଉ। ଏହି ପ୍ରସଙ୍ଗରେ କେନ୍ଦ୍ର କୃଷିମନ୍ତ୍ରୀ ତୋମାର ବ୍ୟକ୍ତିଗତ ହସ୍ତକ୍ଷେପ କରନ୍ତୁ। ରାଜ୍ୟ ସରକାରଙ୍କୁ ଅତିରିକ୍ତ ବଲ୍କ ୱିଣ୍ଡୋ କ୍ଲିୟରାନ୍ସ କରିବା ପାଇଁ ଅନୁମତି ଦିଆଯାଉ; ଯାହାଦ୍ୱାରା ହିତାଧିକାରୀଙ୍କ ସ୍ଥଗିତ ଥିବା କିସ୍ତି ଟଙ୍କାକୁ ଠିକ୍‌ କରାଯାଇ ତୁରନ୍ତ ବ୍ୟାଙ୍କ୍‌ ଖାତାକୁ ପଠାଯାଇପାରିବ ବୋଲି ପ୍ରଧାନ ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ, ପ୍ରତିଥର ପିଏମ୍‌ କିଷାନରେ କିସ୍ତି ଦିଆଯିବା ପୂର୍ବରୁ ରାଜ୍ୟଗୁଡ଼ିକ ପାଇଁ କିଛି ପରିବର୍ତ୍ତନ କରିବା କାରଣରୁ ପିଏମ୍‌ କିଷାନ ହିତାଧିକାରୀଙ୍କ ତଥ୍ୟ ଖୋଲାଯାଏ। ଓଡ଼ିଶା ସରକାର ଚାଷୀଙ୍କ ପ୍ରକୃତ ଯାଞ୍ଚ କରିବା ପାଇଁ ପାଖାପାଖି ୧୪.୫ ଲକ୍ଷ ଚାଷୀଙ୍କ କିସ୍ତି ନ ଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିଥିଲେ; ଯାହା ଭାରତର ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଅସାଧାରଣ। ଏହାଦ୍ୱାରା ଓଡ଼ିଶାରେ କେବଳ ୨୩ ଲକ୍ଷ ଚାଷୀ ପିଏମ୍‌ କିଷାନ ହିତାଧିକାରୀ ଲାଭ ପାଇପାରିଥିଲେ।

ସୂଚନାଯୋଗ୍ୟ, ଫେବୃୟାରୀ ୧ ତାରିଖରେ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଓଡ଼ିଶାରେ ପିଏମ୍‌ କିଷାନରେ ପଞ୍ଜୀକୃତ ସମସ୍ତ ଚାଷୀ ଯେପରି ଭାବରେ ଏହାର ଲାଭ ପାଇପାରିବେ ସେ ନେଇ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଅଧିକାରୀ ତଥା ପ୍ରଶାସନ ଦ୍ୱାରା ଆବଶ୍ୟକୀୟ ପ୍ରକ୍ରିୟାକୁ ଅନୁପାଳନ ନ କରିବା ଯୋଗୁ ପିଏମ୍‌ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ଓଡ଼ିଶାର ଚାଷୀ ଲାଭ ପାଇପାରୁ ନାହାନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri