ଓଡ଼ିଶାର ଚାଷୀଙ୍କୁ ପିଏମ୍‌ କିଷାନ: ସମସ୍ତ ଯୋଗ୍ୟ ଚାଷୀ ପାଇବେ ଟଙ୍କା

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଓଡ଼ିଶାର ସମସ୍ତ ଯୋଗ୍ୟ ଚାଷୀ ପ୍ରଧାନମନ୍ତ୍ରୀ(ପିଏମ୍‌) କିଷାନ ନିଧି ସମ୍ମାନ ଯୋଜନାର ଲାଭ ପାଇବେ। ଏ ନେଇ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍‌ କିଷାନ ନିଧି ଯୋଜନାରେ ଓଡ଼ିଶା ଚାଷୀଙ୍କୁ ସାମିଲ କରିବା ନେଇ ତୋମାରଙ୍କୁ ଚିଠି ଲେଖିଥିଲେ। ଏହି ଚିଠି ପାଇବା ପରେ କେନ୍ଦ୍ର କୃଷିମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ଯଥାଶୀଘ୍ର ଓଡ଼ିଶାର ସମସ୍ତ ଚାଷୀ ପିଏମ୍‌ କିଷାନ ସମ୍ମାନ ନିଧିର ଲାଭ ପାଇବେ। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନୁରୋଧ ରକ୍ଷା କରି ତତ୍‌କ୍ଷଣାତ୍‌ ପଦକ୍ଷେପ ଗ୍ରହଣ କରିବା ଓ ପ୍ରତିଶ୍ରୁତି ଦେଇଥିବାରୁ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଦେଇଛନ୍ତି।

ଓଡ଼ିଶା ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ଧର୍ମେନ୍ଦ୍ର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଥିଲେ। ରାଜ୍ୟର ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ କିପରି ମିଳିପାରିବ ସେ ନେଇ ରାଜ୍ୟ ସରକାର ଏବଂ ବିଭାଗୀୟ ମନ୍ତ୍ରଣାଳୟ ମଧ୍ୟରେ ଏକ ବୈଠକ ଡକାଯାଉ। ଏହି ପ୍ରସଙ୍ଗରେ କେନ୍ଦ୍ର କୃଷିମନ୍ତ୍ରୀ ତୋମାର ବ୍ୟକ୍ତିଗତ ହସ୍ତକ୍ଷେପ କରନ୍ତୁ। ରାଜ୍ୟ ସରକାରଙ୍କୁ ଅତିରିକ୍ତ ବଲ୍କ ୱିଣ୍ଡୋ କ୍ଲିୟରାନ୍ସ କରିବା ପାଇଁ ଅନୁମତି ଦିଆଯାଉ; ଯାହାଦ୍ୱାରା ହିତାଧିକାରୀଙ୍କ ସ୍ଥଗିତ ଥିବା କିସ୍ତି ଟଙ୍କାକୁ ଠିକ୍‌ କରାଯାଇ ତୁରନ୍ତ ବ୍ୟାଙ୍କ୍‌ ଖାତାକୁ ପଠାଯାଇପାରିବ ବୋଲି ପ୍ରଧାନ ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ, ପ୍ରତିଥର ପିଏମ୍‌ କିଷାନରେ କିସ୍ତି ଦିଆଯିବା ପୂର୍ବରୁ ରାଜ୍ୟଗୁଡ଼ିକ ପାଇଁ କିଛି ପରିବର୍ତ୍ତନ କରିବା କାରଣରୁ ପିଏମ୍‌ କିଷାନ ହିତାଧିକାରୀଙ୍କ ତଥ୍ୟ ଖୋଲାଯାଏ। ଓଡ଼ିଶା ସରକାର ଚାଷୀଙ୍କ ପ୍ରକୃତ ଯାଞ୍ଚ କରିବା ପାଇଁ ପାଖାପାଖି ୧୪.୫ ଲକ୍ଷ ଚାଷୀଙ୍କ କିସ୍ତି ନ ଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିଥିଲେ; ଯାହା ଭାରତର ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଅସାଧାରଣ। ଏହାଦ୍ୱାରା ଓଡ଼ିଶାରେ କେବଳ ୨୩ ଲକ୍ଷ ଚାଷୀ ପିଏମ୍‌ କିଷାନ ହିତାଧିକାରୀ ଲାଭ ପାଇପାରିଥିଲେ।

ସୂଚନାଯୋଗ୍ୟ, ଫେବୃୟାରୀ ୧ ତାରିଖରେ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଓଡ଼ିଶାରେ ପିଏମ୍‌ କିଷାନରେ ପଞ୍ଜୀକୃତ ସମସ୍ତ ଚାଷୀ ଯେପରି ଭାବରେ ଏହାର ଲାଭ ପାଇପାରିବେ ସେ ନେଇ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଅଧିକାରୀ ତଥା ପ୍ରଶାସନ ଦ୍ୱାରା ଆବଶ୍ୟକୀୟ ପ୍ରକ୍ରିୟାକୁ ଅନୁପାଳନ ନ କରିବା ଯୋଗୁ ପିଏମ୍‌ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ଓଡ଼ିଶାର ଚାଷୀ ଲାଭ ପାଇପାରୁ ନାହାନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri