ସବୁ ଚାଷୀଙ୍କୁ ମିଳିବ ପରିଚୟପତ୍ର

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ସମସ୍ତ ଚାଷୀଙ୍କୁ କୃଷକ ପରିଚୟପତ୍ର ଦିଆଯିବ। ଏଥିପାଇଁ କୃଷକ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀଙ୍କୁ ନେଇ କୃଷକ ଡାଟାବେସ୍‌ ଆରମ୍ଭ କରାଯାଇଛି। ଏହି ଡାଟାବେସ୍‌ର ଯାଞ୍ଚ ପ୍ରକ୍ରିୟା ୧୦୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ କରାଯାଇ କୃଷକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯିବ। ଏହାଦ୍ୱାରା କୃଷକମାନେ ସହଜରେ ବିଭିନ୍ନ ସରକାରୀ ଯୋଜନା ଓ ସେବାର ସୁଫଳ ଶୀଘ୍ର ପାଇପାରିବେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୫-ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀଙ୍କ ପାଇଁ କୃଷକ ଡାଟାବେସ୍‌, କୃଷି ସାମଗ୍ରୀ ବିକ୍ରେତାଙ୍କ ନିମନ୍ତେ ଅନ୍‌ଲାଇନ ଲାଇସେନ୍ସ ପ୍ରଦାନ, ଦକ୍ଷ କର୍ମଚାରୀଙ୍କ ଲାଗି ପ୍ରୋତ୍ସାହନ ଆଦି ଅନ୍‌ଲାଇନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୃଷକ ଓଡ଼ିଶାରେ ୭୬ ଲକ୍ଷ ଚାଷୀଙ୍କ ଡାଟାବେସ୍‌ ରଖାଯିବା ଏକ ଭଲ ଉଦ୍ୟମ। ରାଜ୍ୟର ଚାଷୀମାନେ ନିଜ କାମ ଛାଡ଼ି ବାରମ୍ବାର ସରକାରୀ କାର୍ଯ୍ୟାଳୟକୁ ନ ଆସି ଘରେ ରହି ଅନ୍‌ଲାଇନ ଜରିଆରେ ସେବା ପାଇବେ। ୫-ଟିର ଅଭିନବ ପ୍ରୟାସ ଏହାକୁ ସଫଳ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୃଷକ ଓଡ଼ିଶା, ଡିଲରଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍ସ, ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ସାର୍ଟିଫିକେଟ, କୃଷିକ୍ଷେତ୍ର କର୍ମଚାରୀଙ୍କ ପାଇଁ ଦକ୍ଷତା କାର୍ଯ୍ୟକ୍ରମ ବିଭାଗକୁ ଚାଷୀଙ୍କ ସହ ସିଧା ଯୋଡ଼ିବାରେ ଏହା ସହାୟକ ହେବ।
ଭଲ କାମ କରୁଥିବା କୃଷି ବିଭାଗ କର୍ମଚାରୀଙ୍କୁ ସ୍ବୀକୃତି ଦେବା ପାଇଁ ହେଉଥିବା ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି ଦକ୍ଷ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସମସ୍ତେ ମିଳିମିଶି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। କୃଷି ରାଜ୍ୟ ଅର୍ଥନୀତିର ମେରୁଦଣ୍ଡ। କରୋନା ସମୟରେ କୃଷି ହିଁ ଅର୍ଥନୀତି ପାଇଁ ବଡ଼ ଆଶା ଭାବେ ଦେଖାଦେଇଛି। ଏ ବର୍ଷ ଶସ୍ୟ ଉତ୍ପାଦନ ବହୁ ପରିମାଣରେ ବଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ସାମଗ୍ରୀ ବିକ୍ରେତାଙ୍କ ପାଇଁ ଲାଇସେନ୍ସ ପ୍ରଦାନ କରିବା ସହ ୬ଟି ଅନ୍‌ଲାଇନ ସେବା ଏବଂ ଓୟୁଏଟି ଛାତ୍ରୀଛାତ୍ରଙ୍କ ପାଇଁ ସାର୍ଟିଫିକେଟ ଓ ମାର୍କଶିଟ ଆଦି ୯ଟି ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦକ୍ଷ କୃଷି କର୍ମଚାରୀଙ୍କୁ ସ୍ବୀକୃତି ଓ ପୁରସ୍କାର ଦିଆଯାଇଛି। ସେପ୍ଟେମ୍ବରରେ ୨୨ ଏବଂ ଅକ୍ଟୋବରରେ ୩୮ କର୍ମଚାରୀଙ୍କୁ ସ୍ବୀକୃତି ପ୍ରଦାନ କରାଯାଇଛି। ୨୦୧୮ରେ ଆରମ୍ଭ ହୋଇଥିବା ଆମ କୃଷି କାର୍ଯ୍ୟକ୍ରମରେ ଚାଷୀଙ୍କୁ ମୋବାଇଲ ଫୋନଭିତ୍ତିକ କୃଷି ପରାମର୍ଶ ସେବା ଦିଆଯାଉଛି। ୨୦୧୮ରେ ୫୦ ହଜାର ଚାଷୀଙ୍କୁ ଧାନ ସମ୍ବନ୍ଧୀୟ ସୂଚନା ଦିଆଯାଇଥିଲା। ଏବେ ୧୦ଲକ୍ଷ ଚାଷୀଙ୍କୁ ୧୫ଟି ଫସଲ ସମ୍ବନ୍ଧରେ ସୂଚନା ପ୍ରଦାନ କରାଯାଉଛି।
ଏହି ଅବସରରେ କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟ କୃଷି ବିଭାଗ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଦ୍ୟମ ଜାରି ରଖିଛି। ୫-ଟି କାର୍ଯ୍ୟକ୍ରମକୁ ବିଭାଗ ନିଷ୍ଠାର ସହ ପାଳନ କରିବ ବୋଲି ସେ କହିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିବାବେଳେ ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ଓୟୁଏଟି କୁଳପତି, ସମବାୟ ବିଭାଗ ସଚିବ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି), ବିଭିନ୍ନ ଜିଲାର ଜିଲାପାଳ ଏବଂ କୃଷି ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri