୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସମ୍ବଲପୁର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମା(ସଂଖ୍ୟା ୩୦୫୪) ଅନୁଯାୟୀ, ଜିଲାର ସମସ୍ତ ପ୍ରକାରର ସରକାରୀ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଆସନ୍ତା ଏପ୍ରିଲ ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଏ ସମ୍ପର୍କରେ ସୂଚନା ଦେଇ ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର କହିଛନ୍ତି ଯେ, ଗତ କିଛି ଦିନ ହେବ ଜିଲାର ତାପମାତ୍ରା ୪୦ ରୁ ୪୨ ଡିଗ୍ରୀ ମଧ୍ୟରେ ରହୁଛି। ପୂର୍ବରୁ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଥିଲେ ମଧ୍ୟ ସ୍ଥିତିରେ ସୁଧାର ନ ଆସିବାରୁ ଏବଂ ବିଭିନ୍ନ ସ୍ତରରୁ ମିଳିଥିବା ମତାମତକୁ ଆଧାର କରି ଏହି ଛୁଟି ଘୋଷଣା କରାଯାଇଛି। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଏବଂ ନିରାପତ୍ତା ଆମ ପାଇଁ ପ୍ରାଥମିକତା। ପରବର୍ତ୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତ୍ତି ନିଆଯିବ। କେବଳ ସେତିକି ନୁହେଁ, ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଜିଲାରେ ଅନ୍ୟାନ୍ୟ ପ୍ରତିଷେଧାତ୍ମକ ବ୍ୟବସ୍ଥା ମଧ୍ୟ କରାଯାଇଛି। ସେଥିମଧ୍ୟରେ ବିଭିନ୍ନ ସର୍ବସାଧାରଣ ସ୍ଥାନରେ ପାନୀୟ ଜଳର ସୁବିଧା ସ୍ବରୁପ ଜଳଛତ୍ର। ଅଙ୍ଗନଓ୍ବାଡ଼ି ଓ କଲେଜଗୁଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ ଶ୍ରମିକମାନଙ୍କ କାର୍ଯ୍ୟ ସମୟରେ ପରିବର୍ତ୍ତନ ଏବଂ ସେମାନଙ୍କ ପାଇଁ ସ୍ବତନ୍ତ୍ର ସଚେତନତା ବ୍ୟବସ୍ଥା। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ଓ ଭୀମସାର ପର୍ଯ୍ୟନ୍ତ ସବୁଠାରେ ‘ହିଟ୍‌ଷ୍ଟ୍ରୋକ୍‌’ ବା ‘ଅଂଶୁଘାତ’ ଓ୍ବାର୍ଡର ବ୍ୟବସ୍ଥା କରାଯାଇଛି।

ସେହିପରି ଅଂଶୁଘାତରୁ ବଞ୍ଚିବା ପାଇଁ ଜନସାଧାରଣଙ୍କୁ ସତର୍କ ରହିବାକୁ ଏବଂ ଅତ୍ୟଧିକ ଖରାରେ ବାହାରକୁ ନ ବାହାରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ବୋଲି କହିଛନ୍ତି ଜିଲାପାଳ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri