ସବୁ ସରକାରୀ କୋଠା ଆଲୋକରେ ଝଲସିବ

ଭୁବନେଶ୍ବର, ୧ା୮(ସୁନିତ୍‌ ମିଶ୍ର):ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ଅପରାହ୍ନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ-୨୦୨୩ ପାଳନର ରୂପରେଖ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ସ୍ବାଧୀନତା ଦିବସ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି।
ଚଳିତ ବର୍ଷ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ସକାଳ ୯ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ବାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ଏହାସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଚଳିତ ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଉତ୍ସବସ୍ଥଳର ସାନିଟାଇଜେଶନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ। ବୈଠକରେ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?