ଠପ୍‌ ହୋଇଯିବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୧୩ା୨: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ ଠପ୍‌ ହୋଇଯିବ। ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ। ଏନେଇ ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ ଚେତାବନୀ ଦେଇଛି।
ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ। ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରି ଏହି ଚେତାବନୀ ଦେଇଛି ମହାସଂଘ।

Dharitri – Odisha’s No.1 Odia Daily

Share