ସମସ୍ତ ସରକାରୀ ହସ୍ପିଟାଲରେ ରହିବ ଆଣ୍ଟିଭେନମ୍‌

ଭୁବନେଶ୍ୱର,୨୬।୭(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ସାପ କାମୁଡା ମୃତ୍ୟୁସଂଖ୍ୟା ବଢୁଛି। ଚଳିତ ଜୁଲାଇ ମାସର ଏବେ ପର୍ଯ୍ୟନ୍ତ ୧୫ଜଣ ସାପ କାମୁଡ଼ା ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଚିନ୍ତା ବଢ଼ିଛି। ସାପ କାମୁଡାଜନିତ ମୃତ୍ୟୁ ରୋକିବା ଲାଗି ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାର ସମସ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ)ଙ୍କୁ ଚିଠି ଲେଖାଯାଇଛି। ଏଥିସହ ସ୍ବତନ୍ତ୍ର ନିର୍ଦ୍ଦେଶନାମା ମଧ୍ୟ ଜାରି କରାଯାଇଛି। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ସାପ କାମୁଡା ରୋଗୀଙ୍କୁ ଔଷଧ ଓ ଟେଷ୍ଟିଂ ମାଗଣାରେ ଯୋଗାଇ ଦିଆଯିବ। ଏଥିସହ ଆଣ୍ଟିଭେନମ୍‌ ଇଞ୍ଜେକ୍ସନ ସମେତ ଜରୁରୀକାଳୀନ ଔଷଧ ମହଜୁଦ ରହିବ। ରୋଗୀଙ୍କ ଚିକିତ୍ସା ସଂକ୍ରାନ୍ତ ସମସ୍ତ ତଥ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ ସ୍ବାସ୍ଥ୍ୟ ବିଭାଗକୁ ପଠାଇବେ। ସମସ୍ତ ଫିଲ୍ଡ କର୍ମଚାରୀ ସାପକାମୁଡା ରୋଗୀଙ୍କୁ ଡାକ୍ତରଖାନା ଆଣିବା ଓ ଚିକିତ୍ସା କରିବାରେ ସାହାଯ୍ୟ କରିବେ। ବିନା ତାଲିମପ୍ରାପ୍ତ କର୍ମଚାରୀଙ୍କ ଦ୍ୱାରା ଯେପରି କୌଣସିଠାରେ ସାପକାମୁଡ଼ା ରୋଗୀଙ୍କ ଚିକିତ୍ସା ନ ହୁଏ, ସେଥିପାଇଁ ଧ୍ୟାନ ରଖିବେ। ଅନ୍ୟପକ୍ଷରେ ସଚେତନତାକୁ ବିଭାଗ ଅଧିକ ଗୁରୁତ୍ୱ ଦେଇଛି। କେଉଁ ସାପ ବିଷଧର, ସାପ କାମୁଡା ଚିକିତ୍ସାକୁ ନେଇ ଲୋକଙ୍କୁ ସାଧାରଣ ସଭା ଓ ବୈଠକ ମାଧ୍ୟମରେ ସଚେତନ କରାଯିବ। ଝଡ଼ାଫୁଙ୍କା ଭଳି ଅନ୍ଧବିଶ୍ୱାସକୁ ଲୋକେ ଯେପରି ବିଶ୍ୱାସ ନ କରନ୍ତି, ସେଥିଲାଗି ପଦକ୍ଷେପ ନେବାକୁ ସିଡିଏମ୍‌ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ ଟିମ୍‌ ବିଭିନ୍ନ ସ୍ଥାନକୁ ଯାଇ ଲୋକ ଓ ଛାତ୍ରୀଛାତ୍ରଙ୍କୁ ସଚେତନ କରାଇବେ। ସାପ ଦେଖିଲେ ଲୋକମାନେ ସ୍ଥାନୀୟ ସ୍ନେକ ହେଲ୍ପ ଲାଇନ ସହ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଥିବାବେଳେ ବିଷାକ୍ତ ସାପକୁ ଚିହ୍ନଟ କରିବା ସହ ଆବଶ୍ୟକ ସଚେତନତା ସୃଷ୍ଟି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri