୩୧ ପର୍ଯ୍ୟନ୍ତ ସବୁ ସରକାରୀ ଅଫିସକୁ ଜନସାଧାରଣଙ୍କୁ ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଚିନ୍ତା ବଢିଛି। ଏହି ପରିପ୍ରେକ୍ଷୀରେ ଚଳିତ ମାସ ୩୧ତାରିଖ ପର୍ଯ୍ୟନ୍ତ ଜିଲାର ସରକାରୀ ଅଫିସ୍‌କୁ ଜନସାଧାରଣଙ୍କୁ ଯିବା ପାଇଁ ସମ୍ପୂର୍ଣ୍ଣ ନିଷେଧ୍ୟ କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା ମଙ୍ଗଳବାର ଏକ ଭିଡିଓ ବାର୍ତ୍ତରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।
ପ୍ରକାଶଯୋଗ୍ୟ, ପୂର୍ବରୁ ମଧ୍ୟ ୧୦ଦିନ ପାଇଁ ଜନସାଧାରଣଙ୍କୁ ସରକାରୀ ଅଫିସକୁ ବାରଣ ହୋଇଥିଲା। ଛତ୍ରପୁରସ୍ଥିତ ଜିଲାପାଳ ଓ ଡିଆର୍‌ଡିଏ ଅଫିସର କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛନ୍ତି। ଜନ ସାଧାରଣ ସାମାଜିକ ଦୂରତା ଓ ମାସ୍କ ପରିଧାନ କରି ସତର୍କତା ଅବଲମ୍ବନ କଲେ କରୋନା ଠାରୁ ବିଜୟ ହାସଲ କରିହେବ ବୋଲି ଜିଲାପାଳ ଜଣାଇଛନ୍ତି। ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବା ନିମନ୍ତେ ଘରୁ ବାହାରକୁ ଗଲା ବେଳେ ମାସ୍କ ପିନ୍ଧିବା ଓ ସମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି। ମଦ ଦୋକାନଗଡିକ, ଜାରି ହୋଇଥିବା ନିୟମ ପାଳନ ନ କଲେ ୧୦ ହଜାର ଟଙ୍କା ଜରିମାନା ଓ ଉକ୍ତ ଦୋକାନକୁ ୭ଦିନ ପାଇଁ ସିଲ କରାଯିବ। ଦ୍ୱିତୀୟଥର ପାଇଁ ନିୟମ ଉଲ୍ଲଂଘନ କଲେ ଏକ ମାସ ଦୋକାନ ସିଲ ସହ ଥାନାରେ ଦୋକାନୀଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ସହରାଞ୍ଚଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ଅଧୀକୃତ ସ୍ଥାନରେ କେବଳ ମାଛ, ମାଂସ ବିକ୍ରି କରାଯାଇ ପାରିବ। ଏହି ନିୟମ ଖିଲାପ କଲେ ସାମଗ୍ରୀ ଜବତ ହେବା ସହ ୧ହଜାର ଟଙ୍କା ଜରିମାନା କରାଯିବ। ବ୍ୟାଙ୍କଗୁଡ଼ିକ ସକାଳ ୮ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖୋଲା ରହିବାକୁ ଥିବାବେଳେ ଗ୍ରାହକଙ୍କ ପାଇଁ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ। କେବଳ ୧୬ ପର୍ଯ୍ୟନ୍ତ ଏହି ଗାଇଡଲାଇନ ପାଳନ ହେବ। ବୟସ୍କ, ମଧୁମେହ ଆକ୍ରାନ୍ତ ବ୍ୟକ୍ତି, ରକ୍ତଚାପ ଜନୀତ ଚିକିତ୍ସିତ ହେଉଥିବା ବ୍ୟକ୍ତି, କର୍କଟ ରୋଗରେ ଆକ୍ରାନ୍ତ ବ୍ୟକ୍ତି ବିଶେଷଙ୍କୁ ନିଜ ଘର ଛାଡି କୌଣସିମତେ ବାହାରକୁ ଯିବାପାଇଁ ବାରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri