୩୧ ପର୍ଯ୍ୟନ୍ତ ସବୁ ସରକାରୀ ଅଫିସକୁ ଜନସାଧାରଣଙ୍କୁ ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଚିନ୍ତା ବଢିଛି। ଏହି ପରିପ୍ରେକ୍ଷୀରେ ଚଳିତ ମାସ ୩୧ତାରିଖ ପର୍ଯ୍ୟନ୍ତ ଜିଲାର ସରକାରୀ ଅଫିସ୍‌କୁ ଜନସାଧାରଣଙ୍କୁ ଯିବା ପାଇଁ ସମ୍ପୂର୍ଣ୍ଣ ନିଷେଧ୍ୟ କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା ମଙ୍ଗଳବାର ଏକ ଭିଡିଓ ବାର୍ତ୍ତରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।
ପ୍ରକାଶଯୋଗ୍ୟ, ପୂର୍ବରୁ ମଧ୍ୟ ୧୦ଦିନ ପାଇଁ ଜନସାଧାରଣଙ୍କୁ ସରକାରୀ ଅଫିସକୁ ବାରଣ ହୋଇଥିଲା। ଛତ୍ରପୁରସ୍ଥିତ ଜିଲାପାଳ ଓ ଡିଆର୍‌ଡିଏ ଅଫିସର କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛନ୍ତି। ଜନ ସାଧାରଣ ସାମାଜିକ ଦୂରତା ଓ ମାସ୍କ ପରିଧାନ କରି ସତର୍କତା ଅବଲମ୍ବନ କଲେ କରୋନା ଠାରୁ ବିଜୟ ହାସଲ କରିହେବ ବୋଲି ଜିଲାପାଳ ଜଣାଇଛନ୍ତି। ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବା ନିମନ୍ତେ ଘରୁ ବାହାରକୁ ଗଲା ବେଳେ ମାସ୍କ ପିନ୍ଧିବା ଓ ସମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି। ମଦ ଦୋକାନଗଡିକ, ଜାରି ହୋଇଥିବା ନିୟମ ପାଳନ ନ କଲେ ୧୦ ହଜାର ଟଙ୍କା ଜରିମାନା ଓ ଉକ୍ତ ଦୋକାନକୁ ୭ଦିନ ପାଇଁ ସିଲ କରାଯିବ। ଦ୍ୱିତୀୟଥର ପାଇଁ ନିୟମ ଉଲ୍ଲଂଘନ କଲେ ଏକ ମାସ ଦୋକାନ ସିଲ ସହ ଥାନାରେ ଦୋକାନୀଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ସହରାଞ୍ଚଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ଅଧୀକୃତ ସ୍ଥାନରେ କେବଳ ମାଛ, ମାଂସ ବିକ୍ରି କରାଯାଇ ପାରିବ। ଏହି ନିୟମ ଖିଲାପ କଲେ ସାମଗ୍ରୀ ଜବତ ହେବା ସହ ୧ହଜାର ଟଙ୍କା ଜରିମାନା କରାଯିବ। ବ୍ୟାଙ୍କଗୁଡ଼ିକ ସକାଳ ୮ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖୋଲା ରହିବାକୁ ଥିବାବେଳେ ଗ୍ରାହକଙ୍କ ପାଇଁ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ। କେବଳ ୧୬ ପର୍ଯ୍ୟନ୍ତ ଏହି ଗାଇଡଲାଇନ ପାଳନ ହେବ। ବୟସ୍କ, ମଧୁମେହ ଆକ୍ରାନ୍ତ ବ୍ୟକ୍ତି, ରକ୍ତଚାପ ଜନୀତ ଚିକିତ୍ସିତ ହେଉଥିବା ବ୍ୟକ୍ତି, କର୍କଟ ରୋଗରେ ଆକ୍ରାନ୍ତ ବ୍ୟକ୍ତି ବିଶେଷଙ୍କୁ ନିଜ ଘର ଛାଡି କୌଣସିମତେ ବାହାରକୁ ଯିବାପାଇଁ ବାରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri