ଶନିବାର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ)-ରାଜ୍ୟର ସମସ୍ତ ସରକାରୀ ଅଫିସ ଶନିବାର ବନ୍ଦ ରହିବ । ତେବେ ଅକ୍ଟୋବର ମାସରେ କଟକ ଓ ଭୁବନେଶ୍ୱର ଥିବା ସମସ୍ତ ସରକାରୀ ବିଭାଗ ଓ ଅନ୍ୟାନ୍ୟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ସରକାରୀ କାର୍ଯ୍ୟ ଯେପରି ପ୍ରଭାବିତ ନ ହେବ ସେ ନେଇ ବିଭାଗଗୁଡିକ ନିଶ୍ଚିତ କରିବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେଉଁ କର୍ମଚାରୀ କେଉଁ ଦିନ କାର୍ଯ୍ୟାଳୟରେ ଯୋଗ ଦେବେ ସେ ନେଇ ବିଭିନ୍ନ ବିଭାଗ ଓ କାର୍ଯ୍ୟାଳୟଗୁଡିକର ମୁଖ୍ୟମାନେ ନିଷ୍ପତ୍ତି ନେବେ। ତେବେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ(ଏସଆରସି) ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସଡି,ମଏ) କାର୍ଯ୍ୟାଳୟ, ପୋଲିସ, ଅଗ୍ନିଶମ, ସ୍ବାସ୍ଥ୍ୟ ବିଭାଗ, ମହାନଗର ନିଗମ ଇତ୍ୟାଦି କାର୍ଯ୍ୟାଳୟ ସମ୍ପୂର୍ଣ୍ଣ ଖୋଲା ରହିବ। ଏଥିରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ସବୁ ଦିନ କାର୍ଯ୍ୟରେ ଯୋଗ ଦେବେ। ବିଭାଗ ଦ୍ୱାରା ଜାରି କରାଯାଇଥିବା ସମସ୍ତ କୋଭିଡ ନିର୍ଦ୍ଦେଶାବଳୀକୁ କଡାକଡି ପାଳନ କରିବାକୁ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କୋଣସି କର୍ମଚାରୀ କୋଭିଡ-୧୯ ସଂକ୍ରମିତ ହେବେ ତେବେ ସମ୍ପୃକ୍ତ କାର୍ଯ୍ୟାଳୟ ୨୦୨୦ ଜୁଲାଇ ୨୩ ତାରିଖରେ ରାଜ୍ୟ ସରକାର ଜାରି କରଥିବା ଗାଇଡଲାଇନକୁ ଅନୁସରଣ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri