Posted inଜାତୀୟ

ସମସ୍ତ ସରକାରୀ ସ୍କୁଲ ହେଲା ଡିଜିଟାଲ

ଥିରୁଭାନନ୍ତପୁରମ୍‌, ୧୩।୧୦: ପାଠପଢ଼ାରେ ଏକ ନମ୍ବର ରାଜ୍ୟ ପାଲଟି ଥିବା କେରଳରେ ଏବେ ଏକ ନୂଆ ଯୋଜନାରେ ରେକର୍ଡ କରିଛି। ରାଜ୍ୟ ସରକାର ସମସ୍ତ ସରକାରୀ ସ୍କୁଲକୁ ଡିଜିଟାଲ କରିିଛନ୍ତି। ରାଜ୍ୟର ୧୬ ହଜାର ସେକେଣ୍ଡାରୀ ଏବଂ ପ୍ରାଇମେରୀ ସ୍କୁଲରେ ଏବେ ହାଇଟେକ୍‌ କ୍ଲାସ୍‌ ରୁମ୍‌ ଏବଂ ଲ୍ୟାବ୍‌ ରହିଥିବା ନେଇ ସରକାର ଘୋଷଣା କରିଛନ୍ତି। ଏଥିଲାଗି ୫୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ରାଜ୍ୟର ୪ ହଜାର ୭୫୨ ସେକେଣ୍ଡାରୀ ଏବଂ ୧୧ ହଜାର ୨୭୫ ପ୍ରାଇମେରୀ ସ୍କୁଲର ବିକାଶ କାର୍ଯ୍ୟ ସମ୍ପନ୍ନ କରାଯାଇଛି। ସେକେଣ୍ଡାରୀ ସ୍କୁଲ ଗୁଡ଼ିକରେ ୪୫ ହଜାର କ୍ଲାସ୍‌ ରୁମ୍‌କୁ ବିକଶିତ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଇତିମଧ୍ୟରେ ୩ ଲକ୍ଷରୁ ଅଧିକ ଲ୍ୟାପଟପ୍‌, ପ୍ରୋଜେକ୍ଟର, ଓ୍ବେବକ୍ୟାମ୍‌, ପ୍ରିଣ୍ଟର ଆଦି ସ୍କୁଲକୁ ଯୋଗାଇ ଦିଆଯାଇଛି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ୍‌ କହିଛନ୍ତି ଯେ, ଏଥିପାଇଁ ପ୍ରଥମେ ୭୯୩.୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିଲା। ତେବେ ଏଥିରେ ୫୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଯୋଜନା ପାଇଁ ଲୋକେ ମଧ୍ୟ ସହାୟତା କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri