ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ  ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ 

ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ  ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟ ଅଧିକାରୀ ‘ଏକ୍ସ’ ଆକାଉଣ୍ଟ କାର୍ଯ୍ୟକ୍ଷମ କରି ‘ଏକ୍ସ’ରେ ଆସୁଥିବା ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛି ବୋଲି ମନ୍ତ୍ରୀ ମଧ୍ୟ ନିଜ ‘ଏକ୍ସ’ ଅକାଉଣ୍ଟରେ ପୋଷ୍ଟ କରି ଜଣାଇଛନ୍ତି।
Image
ପ୍ରକାଶ ଯେ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ମଙ୍ଗଳବାର ବିଭାଗ ପକ୍ଷରୁ ସଚିବ ଶାଳିନୀ ପଣ୍ଡିତଙ୍କ ସମେତ ବିଭାଗୀୟ ଅଧିକାରୀମାନେ ସ୍ବାଗତ କରିଛନ୍ତି। ଏହି ଅବସରରେ ସଚିବ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଯୋଜନା ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଡକାଇ ପ୍ରମୁଖ ସଚିବ, ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରୋଗୀମାନଙ୍କୁ ଉତ୍ତମ ବ୍ୟବହାର ଓ ସେବା ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେପଟେ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ବିଭାଗ ପକ୍ଷରୁ ମଙ୍ଗଳବାର ସଚିବ ଶାଳିନୀ ପଣ୍ଡିତ ସମସ୍ତ ଜିଲା ଚିକତ୍ସାଧିକାରୀ, ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ରାଉରକେଲା ଆର୍‌ଜିଏଚ୍‌ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଅଫିସିଆଲ ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟ ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଡିଏଚ୍‌ଏଚ୍‌, ଏସ୍‌ଡିଏଚ୍‌, ସିଏଚ୍‌ସି ଏବଂ ପିଏଚ୍‌ସିଗୁଡ଼ିକରେ ଏହି ଆକାଉଣ୍ଟ ଖୋଲିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri