ପ୍ରସ୍ତୁତ ରହିବାକୁ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଦେଶରେ କରୋନାର ନୂଆ ଭାରିଆଣ୍ଟ ବ୍ୟାପୁଛି। ଏବେ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଭୂତାଣୁ ଭାରତରୁ ମଧ୍ୟ ମିଳିଛି। ତେବେ ଓଡ଼ିଶାରୁ ଏଥିରେ ଜଣେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ପ୍ରକାଶ ପାଇବା ପରେ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି। ଏହାର ମୁକାବିଲା ପାଇଁ ଶୁକ୍ରବାର ଲୋକସେବା ଭବନରେ ସମୀକ୍ଷା ବୈଠକ ବସିଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ମାସ୍କ ପିନ୍ଧିବା, ହାତ ଧୋଇବା, ଲକ୍ଷଣ ଦେଖାଗଲେ ଗୃହରେ ଅନ୍ୟମାନଙ୍କଠାରୁ ଅଲଗା ରହିବା ଏବଂ ସର୍ବସାଧାରଣ ସ୍ଥଳରେ ଛେପ ନ ପକାଇବା ପାଇଁ ସରକାର ପରାମର୍ଶ ଦେଇଛନ୍ତି। ଏଥିସହ ସବୁ ହସ୍ପିଟାଲକୁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଟେଷ୍ଟିଂ ଜାରି ରଖିବା ସହ ରାଜ୍ୟରେ ଜିନୋମ ସିକ୍ୱେନ୍ସିଂକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ବର୍ତ୍ତମାନ ଭୁବନେଶ୍ୱରର ଆଇଏଲ୍‌ଏସ୍‌ ଓ ଆର୍‌ଏମ୍‌ଆର୍‌ସିଠାରେ ଏହି ସୁବିଧା ରହିଛି। ଖୁବ୍‌ଶୀଘ୍ର କଟକ ଏସ୍‌ସିବିରେ ଏହି ସୁବିଧା ମିଳିପାରିବ। ଅନ୍ୟସବୁ ଜିଲା ମଧ୍ୟ ଆଇଏଲ୍‌ଏସ୍‌ ଓ ଆର୍‌ଏମ୍‌ଆର୍‌ସିକୁ ଜିନୋମ ସିକ୍ୱେନ୍ସିଂ ପାଇଁ ନମୁନା ପଠାଇପାରିବେ। ପ୍ରଥମ ପର୍ଯ୍ୟାୟରେ ୩ ପ୍ରମୁଖ ମେଡିକାଲ କଲେଜ ଏସ୍‌ସିବି, ଏମ୍‌କେସିଜି ଓ ବୁର୍ଲା ମେଡିକାଲରେ ୨୦ ଲେଖାଏ ବେଡ୍‌ ପ୍ରସ୍ତୁତ ରଖିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିରେ ୧୫ଟି ଅକ୍ସିଜେନ ବେଡ୍‌ ଓ ୫ଟି ଆଇସିୟୁ ବେଡ୍‌ ରହିବ। ସ୍ଥିତି ଅନୁସାରେ ବେଡ୍‌ ସଂଖ୍ୟା ଆଉ ୨୦ ବୃଦ୍ଧି ହେବ। ସେହିଭଳି ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ୧୦ଟି ଲେଖାଏ ଅକ୍ସିଜେନ ସୁବିଧା ଥିବା ବେଡ୍‌ ପ୍ରସ୍ତୁତ ରଖାଯିବ। ରୋଗୀ ସଂଖ୍ୟା ବଢ଼ିଲେ କିଭଳି ଚିକିତ୍ସା ବ୍ୟବସ୍ଥା ହେବ ସେଥିପାଇଁ ଭୁବନେଶ୍ବରସ୍ଥିତ କ୍ୟାପିଟାଲ୍‌ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ସମେତ ସମସ୍ତ ଜିଲା ମୁଖ୍ୟାଳୟରେ ଥିବା ଡାକ୍ତରଖାନାଗୁଡ଼ିକରେ ୨୭ରେ ମକ୍‌ଡ୍ରିଲ କରାଯିବ। ସେହିଭଳି ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ୩ଟି ସହର ଭୁବନେଶ୍ୱର, ରାଉରକେଲା ଓ କଟକରେ ଅଧିକ ଟେଷ୍ଟିଂ ଓ ଅଧିକ ୩ଟି ଗାଡ଼ି ରହିବ। ଆବଶ୍ୟକ ହେଲେ ଅତିରିକ୍ତ ଷ୍ଟାଫ୍‌ ରଖିବାକୁ ପରାମର୍ଶ ଦିଆଯାଇଛି। ୟୁପିଏଚ୍‌ସି ଏବଂ ୟୁସିଏଚ୍‌ସିରେ ଆଣ୍ଟିଜେନ୍‌ ଓ ଆର୍‌ଟିପିସିଆର୍‌ ଟେଷ୍ଟ ବ୍ୟବସ୍ଥା ରହିବ। ଏଥିସହିତ ସମସ୍ତ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ‘ଫିଭର କ୍ଲିନିକ’ ଖୋଲାଯିବା ସହିତ ବାକି ରହି ଯାଇଥିବା ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍‌ ପ୍ରଦାନ ପାଇଁ ବ୍ୟବସ୍ଥା କରାଯିବ। ରାଜ୍ୟ ଔଷଧ ନିଗମ ପକ୍ଷରୁ ୩ ମାସ ପାଇଁ ଆବଶ୍ୟକ ପରିମାଣର ଔଷଧ, କୋଭିଡ୍‌ ଟେଷ୍ଟିଂ ‘କିଟ୍‌’ ଓ ଅକ୍ସିଜେନ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବିମାନବନ୍ଦର ଓ ସମୁଦ୍ର ବନ୍ଦରଗୁଡ଼ିକରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ବିଭିନ୍ନ ମାର୍ଗଦର୍ଶିକା ଲାଗୁ କରାଯିବାକୁ ନିଷ୍ପତ୍ତି ହୋଇଛି।
ଅନ୍ୟପକ୍ଷରେ ଦେଶରେ କୋଭିଡ୍‌ ସ୍ଥିତି ନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ଶୁଖ୍‌ ମାଣ୍ଡ୍‌ଭ୍ୟ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟମାନଙ୍କର ସହଯୋଗ ଲୋଡିଛନ୍ତି। ଏଥିସହ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଧ୍ୟ ଏକ ଆଡ୍‌ଭାଇଜରି ଜାରି କରାଯାଇଛି। ବୁଷ୍ଟର ଡୋଜ୍‌ ଟିକାଦାନ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦିଆଯାଇଛି। ଆଗକୁ ବଡ଼ଦିନ, ନୂଆବର୍ଷ ଆଦି ଉତ୍ସବ ଆସୁଥିବାରୁ ଏଥିପାଇଁ ସତର୍କ କରାଯାଇଛି। ଗହଳି ଏଡ଼ାଇବା ସହ ସେସବୁ ସ୍ଥାନରେ ମାସ୍କ ପରିଧାନକୁ ନିଶ୍ଚିତ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?