Posted inରାଜ୍ୟ

ଭଙ୍ଗା ହେଲାଣି ୧୪୪୩ ଭାଟି, ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର, ୩।୯: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି। ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି।

ରାଜ୍ୟସରକାରଙ୍କ କଡା ଆଭିମୁଖ୍ୟ ସ୍ଵରୂପ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ ପକ୍ଷରୁ ଖୋଜି ବାହାର କରିବା ସହିତ ସମ୍ପୂର୍ଣ୍ଣ ରୂପେ ଭଙ୍ଗା ଯାଉଛି। ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ ପାଖାପାଖି ୧୦ ଟିରୁ ଉର୍ଦ୍ଧ ଭାଟିକୁ ବୁଲଡୋଜର ଯୋଗେ ସମ୍ପୂର୍ଣ୍ଣ ରୂପେ ଧୂଳିସାତ କରାଯାଇଛି। ଏଥିମଧ୍ୟରୁ କେବଳ ରାଜଧାନୀର ୫୧ ଟି ବେଆଇନ ମଦ ଭାଟିକୁ ନଷ୍ଟ କରାଯାଇଛି।

ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ବେଆଇନ ମଦ କାରବାର ନେଇ ୩୬୧୮ ଟି ମାମଲା ରୁଜୁ ହେବା ସହିତ ୧୫୧୯ ସ୍ଥାନରେ ଚଢ଼ାଉ କରାଯାଇ ୧୯୫୭ ଜଣକୁ ଗିରଫ କରାଯାଇଛି। ଏହି କ୍ରମରେ ୧ ଲକ୍ଷ ୮୩ ହଜାର ୬୬୯ ଲିଟର ବେଆଇନ ମଦ ଏବଂ ୧୭ ଲକ୍ଷ ୨୬ ହଜାର ୫୦୯ କେଜି ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି। ଏଥି ସହ ବେଆଇନ କାର୍ଯ୍ୟରେ ବ୍ୟବହୃତ ୧୮୩ ଟି ଗାଡିକୁ ମଧ୍ୟ ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଛି।

ଏହି ଚଢ଼ାଉ କାର୍ଯ୍ୟକ୍ରମ ସମ୍ପର୍କରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ପୂର୍ବରୁ ଚାଲି ଆସିଥିବା ଏହି ସମସ୍ତ ବେଆଇନ କାରବାର ଉପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିବେ। ଆଗକୁ ଏହି ଭଳି ଅଭିଯାନକୁ ଆହୁରି ଜୋରଦାର କରାଯିବ ଏବଂ ସମସ୍ତ ବେଆଇନ କାରବାର ଉପରେ ରୋକ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri