Posted inରାଜ୍ୟ

ଭଙ୍ଗା ହେଲାଣି ୧୪୪୩ ଭାଟି, ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର, ୩।୯: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି। ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି।

ରାଜ୍ୟସରକାରଙ୍କ କଡା ଆଭିମୁଖ୍ୟ ସ୍ଵରୂପ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ ପକ୍ଷରୁ ଖୋଜି ବାହାର କରିବା ସହିତ ସମ୍ପୂର୍ଣ୍ଣ ରୂପେ ଭଙ୍ଗା ଯାଉଛି। ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ ପାଖାପାଖି ୧୦ ଟିରୁ ଉର୍ଦ୍ଧ ଭାଟିକୁ ବୁଲଡୋଜର ଯୋଗେ ସମ୍ପୂର୍ଣ୍ଣ ରୂପେ ଧୂଳିସାତ କରାଯାଇଛି। ଏଥିମଧ୍ୟରୁ କେବଳ ରାଜଧାନୀର ୫୧ ଟି ବେଆଇନ ମଦ ଭାଟିକୁ ନଷ୍ଟ କରାଯାଇଛି।

ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ବେଆଇନ ମଦ କାରବାର ନେଇ ୩୬୧୮ ଟି ମାମଲା ରୁଜୁ ହେବା ସହିତ ୧୫୧୯ ସ୍ଥାନରେ ଚଢ଼ାଉ କରାଯାଇ ୧୯୫୭ ଜଣକୁ ଗିରଫ କରାଯାଇଛି। ଏହି କ୍ରମରେ ୧ ଲକ୍ଷ ୮୩ ହଜାର ୬୬୯ ଲିଟର ବେଆଇନ ମଦ ଏବଂ ୧୭ ଲକ୍ଷ ୨୬ ହଜାର ୫୦୯ କେଜି ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି। ଏଥି ସହ ବେଆଇନ କାର୍ଯ୍ୟରେ ବ୍ୟବହୃତ ୧୮୩ ଟି ଗାଡିକୁ ମଧ୍ୟ ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଛି।

ଏହି ଚଢ଼ାଉ କାର୍ଯ୍ୟକ୍ରମ ସମ୍ପର୍କରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ପୂର୍ବରୁ ଚାଲି ଆସିଥିବା ଏହି ସମସ୍ତ ବେଆଇନ କାରବାର ଉପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିବେ। ଆଗକୁ ଏହି ଭଳି ଅଭିଯାନକୁ ଆହୁରି ଜୋରଦାର କରାଯିବ ଏବଂ ସମସ୍ତ ବେଆଇନ କାରବାର ଉପରେ ରୋକ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri