ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି l ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସହରର ୟୁରୋ ସ୍କୁଲର ଛାତ୍ରଛାତ୍ରୀମାନେ ଏହି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ l ଏନେଇ ଗୁରୁବାର ୟୁରୋ ସ୍କୁଲର ୧୩ ଜଣ ଛାତ୍ରଛାତ୍ରୀମାନେ ଛତିଶଗଡ ଅଭିମୁଖେ ଗ୍ରସ୍ତ କରିଛନ୍ତି l ସ୍କୁଲ ଅଧ୍ୟକ୍ଷ ରଞ୍ଜନ ମହାପାତ୍ର ଓ ପୃଷ୍ଠପୋଷକ ସସ୍ମିତା ମହାପାତ୍ର ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଓ ଶୁଭ କାମନା ଜଣାଇଛନ୍ତି l ଖେଳ ଶିକ୍ଷକ ପି. ଅଭିମନ୍ୟୁ ରେଡ୍ଡୀ ଓ କେ. ସ୍ବପ୍ନାରାଣୀଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀଙ୍କୁ ଗାଇଡ଼ ମାଧ୍ୟମରେ ଦାୟିତ୍ୱର ସହ ଛତିଶଗଡ ଅଭିମୁଖେ ଯାତ୍ରା କରିଛନ୍ତି ।
ୟୁରୋ ସ୍କୁଲ ମାଧ୍ୟମରେ ଛାତ୍ରଛାତ୍ରୀମାନେ ବାହାର ରାଜ୍ୟକୁ ଖେଳିବା ପାଇଁ ଯାଉଥିବା ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକ ମହଲରେ ଖୁସିବ୍ୟକ୍ତ କରିଛନ୍ତି l ଏହାସହ ୨୦୧୮ ମସିହାରେ ଛତ୍ରପୁର ସହରରେ ଖୋଲିଥିବା ଏଭଳି ଏକ ଅନ୍ତର୍ଜାତୀୟସ୍ତରର ଅନୁଷ୍ଠାନ ଦ୍ୱାରା ପରିଚାଳିତ ୟୁରୋ ସ୍କୁଲରେ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶରେ ବି ସହାୟକରେ ଉଦ୍ୟମ ଜାରି ରଖାଯାଇଛି। ଏହାସହ ଲୁକ୍କାୟିତ ପ୍ରତିଭା ବି ଲୋକଲୋଚନକୁ ଆଣିବାରେ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷା ଏବଂ ଯୁଗୋପଯୋଗୀ ଶିକ୍ଷା ପ୍ରଦାନ କ୍ଷେତ୍ରରେ ନିଜର ଏକ ସ୍ବତନ୍ତ୍ର ପରିଚୟ ତିଆରି କରିବା ଦିଗରେ ଛାତ୍ରୀଛାତ୍ରଙ୍କ ପାଇଁ ଅଭିନବ ପ୍ରୟାସ ୟୁରୋ ସ୍କୁଲ ମ୍ୟାନେଜମେଣ୍ଟ ପକ୍ଷରୁ ହାତକୁ ନିଆଯାଉଛି l ଆଜି ପ୍ରଥମ ଥର ପାଇଁ ସ୍ଥାନୀୟ ଅଞ୍ଚଳର ସିବିଏସଇ ଛାତ୍ରଛାତ୍ରୀମାନେ ଅଲଇଣ୍ଡିଆ ପ୍ରତିଯୋଗିତା ପାଇଁ ବାହାର ରାଜ୍ୟକୁ ଗ୍ରସ୍ତ କରିଛନ୍ତି l ଅଭିଭାବକମାନେ ବେଶ ଉତ୍ସାହିତ ହୋଇଥିବା ସହିତ ସ୍କୁଲ ମ୍ୟାନେଜମେଣ୍ଟକୁ କୃତଜ୍ଞତା ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ…

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଖୋଲା ଆକାଶତଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ: ଅବ୍ୟବସ୍ଥାରେ ସର୍ବପୁରାତନ ପ୍ରାଥମିକ ବିଦ୍ୟାଳୟ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ, ଛାତ୍ରୀଛାତ୍ରଙ୍କୁ…

କଙ୍ଗୋ ଜଙ୍ଗଲରୁ ମିଳିଲା ନୂଆ ପ୍ରଜାତିର ମାଙ୍କଡ଼, କମଳା ରଙ୍ଗର ଓଠ ସାଙ୍ଗକୁ…

କିନ୍‌ସାସା/ଫ୍ଲୋରିଡା, ୧୭ା୭: ଡେମୋକ୍ରାଟିକ ରିପବ୍ଲିକ ଅଫ୍‌ କଙ୍ଗୋ (ଡି.ଆର୍‌. କଙ୍ଗୋ)ର ଦୁର୍ଗମ ଜଙ୍ଗଲରେ ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରଜାତିର ମାଙ୍କଡ଼ ଖୋଜିପାଇଛନ୍ତି। କଳା ରଙ୍ଗର ଚମକଦାର ଲୋମ,…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri