Posted inଖେଳ

ସର୍ବଭାରତୀୟ ଡିଏସ୍‌ କପ୍‌ ଫୁଟ୍‌ବଲ: ଉଦ୍‌ଘାଟନୀ ମ୍ୟାଚ୍‌ରେ ବେଙ୍ଗାଲୁରୁ ବିଜୟୀ

ବୌଦ୍ଧ,୨।୩(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଫୁଟ୍‌ବଲ ଆସୋସିଏଶନ ପକ୍ଷରୁ ସର୍ବଭାରତୀୟ ଡି. ଏସ୍‌. କପ୍‌ ଫୁଟବଲ ଟୁର୍ନାମେଣ୍ଟ ରବିବାର ଜିଲା ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ, ଅତିରିକ୍ତ ଜିଲାପାଳ ଅନିରୁଦ୍ଧ ପଧାନ, ଜିଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପଜିଲାପାଳ ପ୍ରବୀଣ କୁମାର ବାଣୁଆ, କନ୍ଧମାଳ ଏମ୍‌ପି ପ୍ରତିନିଧି ଦୁର୍ଗାମାଧବ ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଜିଲା ଫୁଟ୍‌ବଲ ଆସୋସିଏଶନ ସଭାପତି ଲମ୍ବୋଦର ପୁରୋହିତ, ଉପସଭାପତି ସତ୍ୟ ପ୍ରକାଶ ଦାଶ, ସମ୍ପାଦକ ଯୁଗଳ କିଶୋର ସାମଲ ଓ ଜିଲା କ୍ରିକେଟ ଆସୋସିଏଶନ ସଭାପତି ନିରଞ୍ଜନ ମେହେର ପ୍ରମୁଖ ମଞ୍ଚାସୀନ ଥିଲେ। କୋଲକାତା ଫୁଟବଲ ଏକାଡେମୀ ଏବଂ ଏମ୍‌ଇଜି ସେଣ୍ଟର ବେଙ୍ଗାଲୁରୁ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା।

ବେଙ୍ଗାଲୁରୁ ଦଳ ୨ଟି ଗୋଲ ଦେଇଥିବା ବେଳେ କୋଲକତା ଗୋଟିଏ ଗୋଲ ଦେଇଥିଲା। ଫଳରେ ୨-୧ ଗୋଲରେ ବେଙ୍ଗାଲୁରୁ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରିଛି। ମୁଖ୍ୟ ରେଫରି ଶିବଶଙ୍କର ପଣ୍ଡା ମ୍ୟାଚ୍‌ ପରିଚାଳନା କରିଥିବା ବେଳେ ଶଶିକାନ୍ତ ଦାସିଆ ଓ ଦିଲୀପ କୁମାର ରାଉତ ଲାଇନରେ ରହିଥିଲେ।

ଚତୁର୍ଥ ରେଫରି ଭାବେ ସଲିଳ ବେହେରା ଖେଳ ପରିଚାଳନା କରିଥିବା ବେଳେ ଦୁର୍ଗାମାଧବ ନାଏକ ମ୍ୟାଚ୍‌ କମିଶନର ଦାୟିତ୍ୱ ତୁଲାଇଥିଲେ। ସୋମବାର ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବରଗଡ ଏବଂ ବୌଦ୍ଧ ଜିଲା ଫୁଟବଲ ଦଳ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri