ସର୍ବଭାରତୀୟ ଅବସରପ୍ରାପ୍ତ ମହାସଂଘର ଧାରଣା

ଛତ୍ରପୁର,୧୦।୪(ଡି.ଏନ୍‌.ଏ.): ସର୍ବଭାରତୀୟ ଅବସରପ୍ରାପ୍ତ ମହାସଂଘର ନିଷ୍ପତ୍ତିକ୍ରମେ ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚର ଆହ୍ବାନକ୍ରମେ ଦେଶର ସମସ୍ତ ଜିଲାରେ ଧାରଣା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ସମ୍ବଳିତ ଦାବିପତ୍ର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।

ସମସ୍ତ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଭତ୍ତା ପ୍ରଦାନ, ସପ୍ତମ ବେତନ କମିଶନରଙ୍କ ସୁପାରିସ ଗ୍ରହଣ, ପ୍ରଥମ ଫର୍ମୁଲା ଅନୁଯାୟୀ ପେନ୍‌ସନ ନିର୍ଦ୍ଧାରଣ, ୬୫ ବର୍ଷ ବୟସରେ ଅତିରିକ୍ତ ପେନ୍‌ସନ ପ୍ରଦାନ, ୧୮ ମାସର ଅତିରିକ୍ତ ମହଙ୍ଗାଭତ୍ତା, ପୂର୍ବଭଳି ୧୨ବର୍ଷରେ କମ୍ୟୁଟେଶନ ପ୍ରଦାନ, ନୂତନ ପେନ୍‌ସନ ବ୍ୟବସ୍ଥା ବାତିଲକରି ପୁରୁଣା ପେନ୍‌ସନ ପ୍ରଚଳନ କରିବାକୁ ଦାବି କରାଯାଇଛି।

ଗଞ୍ଜାମ ଜିଲା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚର ସଭାପତି କାମରାଜୁ ମହାରଣାଙ୍କ ଅଧ୍ୟକ୍ଷତାରେ ପରିଚାଳିତ ଧାରଣାରେ ରାଜ୍ୟ ସମ୍ପାଦକ ଶ୍ୟାମସୁନ୍ଦରପୁର ଖାଡଙ୍ଗା ଯୋଗଦେଇ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ କର୍ମଚାରୀଙ୍କ ପ୍ରତି ବୈମାତୃକ ମନୋଭାବର ସମାଲୋଚନା କରି ପେନ୍‌ସନର୍ସମାନଙ୍କ ଯୁକ୍ତିଯୁକ୍ତ ଦାବି ପୂରଣ ନ କଲେ ଆଗାମୀ ଦିନରେ ମହାସଂଘ ପକ୍ଷରୁ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ଚେତାବନୀ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା ରାଜେନ୍ଦ୍ର କୁମାର ପଣ୍ଡା, କାର୍ଯ୍ୟକାରୀ ସଭାପତି କେ.କୃଷ୍ଣ ମୂର୍ତ୍ତି, ସମ୍ପାଦକ ପ୍ରଦୀପ କୁମାର ସାହୁ, ପୁରୁଷୋତ୍ତମପୁର ବ୍ଳକ ସଭାପତି ନରସିଂହ ପଣ୍ଡା ପ୍ରମୁଖ ପେନ୍‌ସନର୍ସଙ୍କ ଦାବି ଉପରେ ବକ୍ତବ୍ୟ ରଖି ଆନ୍ଦୋଳନ ପାଇଁ ପ୍ରସ୍ତୁତ ରହିବାକୁ ଆହ୍ବାନ ଦେଇଥିଲେ। ଏଥିରେ ଗଞ୍ଜାମ ଜିଲାର ସମସ୍ତ ବ୍ଲକ ସଙ୍ଗଠନର କର୍ମକର୍ତ୍ତା, ଜିଲା ସଂଘର କାର୍ଯ୍ୟକାରୀ କମିଟି ସଭ୍ୟ ଉପସ୍ଥିତି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri