Posted inଜାତୀୟ

ସୁପ୍ରିମକୋର୍ଟରେ ହେଉ ସବୁ ବିଚାର

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିୟମର ବୈଧତାକୁ ଚ୍ୟାଲେଞ୍ଜ କରି ବିଭିନ୍ନ ହାଇକୋର୍ଟରେ ଦାଏର ହୋଇଥିବା ଅନେକ ପିଟିଶନ ବିଚାରାଧୀନ ରହିଛି। ସେହି ସମସ୍ତ ଆବେଦନକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ଦାବିରେ କେନ୍ଦ୍ର ସରକାର ମଙ୍ଗଳବାର ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଫେସ୍‌ବୁକ୍‌, ଟୁଇଟର ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏବଂ ଓଭର ଦି ଟପ୍‌ (ଓଟିଟି) ପ୍ଳେୟାର୍ସଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍‌ଲାଇନ୍ସ ଆଣ୍ଡ ଡିଜିଟାଲ ମିଡିଆ ଏଥିକ୍ସ କୋଡ୍‌) ରୁଲ୍ସ,୨୦୨୧ ଆଣିଛନ୍ତି। ନୂଆ ନିୟମ ଅନୁସାରେ ସୋସିଆଲ ମିଡିଆ ମଞ୍ଚଗୁଡ଼ିକୁ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଲାଗି ଦେଶରେ ଜଣେ ଅଧିକାରୀଙ୍କୁ ନିଯୁକ୍ତ କରିବାକୁ ପଡ଼ିବ। ସମ୍ପୃକ୍ତ ଅଧିକାରୀ କର୍ତ୍ତୃପକ୍ଷ ଓ କୋର୍ଟ ଭର୍ତ୍ସନା କରୁଥିବା କଣ୍ଟେଣ୍ଟଗୁଡ଼ିକୁ ହଟାଇବା ପାଇଁ ପଦକ୍ଷେପ ନେବେ। ଉକ୍ତ ନୂଆ ନିୟମକୁ ଦିଲ୍ଲୀ ହାଇକୋର୍ଟ ସମେତ ଅନ୍ୟ କେତେକ ରାଜ୍ୟର ଉଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଛି। ତେଣୁ କେନ୍ଦ୍ର ସରକାର ସମସ୍ତ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ହେଉ ବୋଲି ଚାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri