୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି

ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍‌ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ବିଧାୟକଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇ ୨ ଘଣ୍ଟା ଭିତରେ ରିପୋର୍ଟ ଦିଆଯିବ। ଯାହାର ନେଗେଟିଭ ରିପୋର୍ଟ ଆସିବ, କେବଳ ସେମାନଙ୍କୁ ବିଧାନସଭା ଭିତରକୁ ପ୍ରବେଶ ଅନୁମତି ଦିଆଯିବ। କେବଳ ସେମାନେ ହିଁ ଗୃହ କାର୍ଯ୍ୟରେ ଭାଗ ନେଇପାରିବେ।

ସୂଚନାଯୋଗ୍ୟ, ବିଭିନ୍ନ ରାଜ୍ୟରେ କରୋନ କୋପ ପୁଣି ଥରେ ଲେଉଟିଥିବା ବେଳେ ରାଜ୍ୟ ସରକାର ଏଥିନିମନ୍ତେ ସତର୍କତାମୂଳକ ଗାଇଡଲାନ ଜାରି କରି ସାରିଲେଣି। ପୁଣି ଥରେ ଯେପରି କରୋନା ଗ୍ରାଫ୍‌ ଉପରମୁହାଁ ନ ହୁଏ ସେଥିନିମନ୍ତେ ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରାଯାଉଛି। ଆଗକୁ ଜାଗର ଥିବା ବେଳେ ବହୁ ଲୋକଙ୍କ ସମାଗମ ତଥା ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଛି। ସେହିପରି ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାରୁ ଏପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?