Posted inଜାତୀୟ

ଭାଜପାର ସବୁ ଏମ୍‌ପି, ବିଧାୟକ କ’ଣ ପୂରା ଖାଣ୍ଟି: ତେଜସ୍ବୀ

ପାଟନା,୩ା୯: ସିବିଆଇ ଏବଂ ଇଡି ଭଳି କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର ନେଇ ପୁଣି ଭାଜପାକୁ ଟାର୍ଗେଟ୍‌ କରିଛନ୍ତି ଆରଜେଡି ନେତା ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ସେ ପ୍ରଶ୍ନ କରିଛନ୍ତି ଭାରତୀୟ ଜନତା ପାର୍ଟିର ସମସ୍ତ ଏମ୍‌ପି ଓ ବିଧାୟକ କ’ଣ ପୁରା ଖାଣ୍ଟି? କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି? ତେବେ ସମଗ୍ର ଦେଶରେ ଭାଜପାର ୧୦୦୦ ବିଧାୟକ ଏବଂ ୩୦୦ ଏମ୍‌ପିି ଥିବା ବେଳେ ଜଣଙ୍କ ଘରେ ବି ସିବିଆଇ ଏବଂ ଇଡି ଆଦି କେନ୍ଦ୍ରୀୟ ସଂସ୍ଥା କାହିଁକି ଚଢ଼ାଉ କରୁନାହାନ୍ତିି? କେରଳର କୋଚିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ତେଜସ୍ବୀ ଏଭଳି କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ଦେଶରେ ଦୁର୍ନୀତିଗ୍ରସ୍ତ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାତୀୟ ରାଜନୀତିରେ ନୂଆ ପରିବର୍ତ୍ତନ ଆଣିଛି। ଏହାଛଡ଼ା କୌଣସି ରାଜନୈତିକ ଦଳର ନାମ ନ ନେଇ କିଛି ଏଭଳି ଗୋଷ୍ଠୀ ଏବେ ଏକାଠି ହେବା ଆରମ୍ଭ କରିଛନ୍ତି। ଲୋକଙ୍କୁ ଏହି ଗୋଷ୍ଠୀ ବିରୋଧରେ ସଜାଗ ରହିବାକୁ ସେ ଅନୁରୋଧ କରିଥିଲେ। ତେବେ ଭାଜପା ଏମ୍‌ପି ଏବଂ ବିଧାୟକଙ୍କୁ ସୁରକ୍ଷା ମିଳୁଥିବାରୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସେମାନଙ୍କ ଉପରକୁ ନଜର ପକାଇପାରୁନାହାନ୍ତି ବୋଲି ତେଜସ୍ବୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri