ଅଲ ନ୍ୟୁ ବିଏମଡବ୍ଲ୍ୟୁ ଏସ୍‌ ୧୦୦୦ ଆର୍‌ଆର୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୧୨।୧୨: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ବିଏମଡବ୍ଲ୍ୟୁର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ବିଏମଡବ୍ଲ୍ୟୁ ଏସ ୧୦୦୦ ଆର୍‌ଆର୍‌ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ନିକଟରେ ଦିଲ୍ଲୀ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମଠାରେ ଆୟୋଜିତ ଜୟ ଟାଉନ କାର୍ଯ୍ୟକ୍ରମରେ କମ୍ପାନୀର ୩ଟି ଡିଜାଇନ ମଧ୍ୟ ସର୍ବଭାରତୀୟ ଉନ୍ମୋଚନ କରାଯାଇଥିଲା। ଏଥିରେ ସମସ୍ତ ପ୍ରକାରର ଆଧୁନିକ ସୁବିଧା ସଂଯୋଗ ଥିବାବେଳେ ୩ଟି ରଙ୍ଗ ଓ ଡିଜାଇନ ସହ ସ୍ପୋର୍ଟିଂ ପ୍ୟାକେଜରେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତି କରାଯାଇଛି।

ଏହାର ଏକ୍ସ ଶୋରୁମ (ଇଣ୍ଡିଆ)ର ମୂଲ୍ୟ ୨୦ ରୁ ୨୫ ଲକ୍ଷ ଟଙ୍କା ମଧ୍ୟରେ ରହିଛି। ଏ ସମ୍ପର୍କରେ ବିଏମଡବ୍ଲ୍ୟୁ ଗ୍ରୁପର ଇଣ୍ଡିଆ ସଭାପତି ତଥା ସିଇଓ ବିକ୍ରମ ପଓ୍ବା କହିଛନ୍ତି କମ୍ପାନୀ ଦ୍ୱାରା ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବା ଏସ ୧୦୦୦ଆରଆର ବିଏମଡବ୍ଲ୍ୟୁ ମୋଟରର ରେସିଂ ଡିଏନଏ ବର୍ଗରେ ସାମିଲ ରହିଛି। ଏଥିରେ ଅନେକ ବୈଶିଷ୍ଟ୍ୟ ରହିଛି। ଏହା ବିଶେଷ କରି ବର୍ତ୍ତମାନର ଯୁବ ବର୍ଗ ଓ ରେସିଂ ବର୍ଗର ଚାଳକଙ୍କ ପାଇଁ ପ୍ରସ୍ତୁତି କରାଯାଇଛି। ସେହିଭଳି ଜୟ ଟାଉନ କାର୍ଯ୍ୟକ୍ରମରେ କମ୍ପାନୀ ଆଉ ୨ଟି ପ୍ରିମିୟମ କାରର ମଧ୍ୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଜୟ ଟାଉନରେ ଆୟୋଜିତ ଅନେକ କାର୍ଯ୍ୟକ୍ରମ ମଧ୍ୟରେ ନୂତନ ଯାନ ଉନ୍ମୋଚନ ଅନ୍ୟତମ ରହିଥିଲା। ସେହିଭଳି ଜୟ ଟାଉନ ପରିପ୍ରେକ୍ଷୀରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଶହ ଶହ ଲୋକ ଭାଗ ନେଇ ନାଚ, ଗୀତ, ଖାଦ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଇଥିବା ବିଷୟରେ ପଓ୍ବା ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କମ୍ପାନୀର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri