ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଅପରପକ୍ଷରେ କମ୍ପାନୀର ଭି-୧୦,ଭି-୨୦, ଭି-୩୦ ଏବଂ ଭି-୫୦ର ସଫଳତା ପରେ କମ୍ପାନୀ ଭୁବନେଶ୍ୱରରେ ଇଣ୍ଟ୍ରା ରେଞ୍ଜର ୫ମ ଭାରିଆଣ୍ଟର ଶୁଭାରମ୍ଭ କରିଛି। ଖୁବ୍‌ଶୀଘ୍ର ଏହି ମଡେଲ ସମଗ୍ର ରାଜ୍ୟରେ ଉପଲବ୍ଧ ହେବାକୁ ଯାଉଛି ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଟାଟା ମୋଟର୍ସ ଲିମିଟେଡ୍‌ର ଏରିଆ ମ୍ୟାନେଜର ଓଡ଼ିଶା ଦୀପ୍ତେଶ ସୁବ୍‌ବା କହିଛନ୍ତି, କମ୍ପାନୀର ନୂତନ ଇଣ୍ଟ୍ରା ଭି-୭୦ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣାକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଦୀର୍ଘ ଦଶନ୍ଧି ଧରି ଆମର ଗ୍ରାହକମାନେ ସେମାନଙ୍କ ଦୃଢ଼ବିଶ୍ୱାସ ଏବଂ ସମର୍ଥନ ଆମକୁ ଦେଉଛନ୍ତି। ତେଣୁ ଗ୍ରାହକମାନଙ୍କୁ ସୁରକ୍ଷା, ନିିର୍ଭରଯୋଗ୍ୟ ଏବଂ ଉଚ୍ଚକ୍ଷମତା ସମ୍ପନ୍ନ ଯାତାୟାତ ସୁବିଧା ଯୋଗାଇଦେବାକୁ ଆମେ ପ୍ରୟାସ କରିଛୁ। ଆମର ଗ୍ରାହକମାନଙ୍କୁ ଅନ୍ୟ ପ୍ରତିଯୋଗୀ ଯାନ ଅପେକ୍ଷା ଏକ ଉତ୍ତମ ଟିସିଓ ପ୍ରଦାନ ସହ ସେମାନଙ୍କୁ ବିନିଯୋଗ ଉପରେ ଭଲ ଲାଭ ଦେବା ସହ ଉଚ୍ଚକ୍ଷମତା,ରେଞ୍ଜ ଏବଂ ଗ୍ରେଡେବିଲିଟି ଯୋଗାଇବା ଆମର ପ୍ରାଥମିକତା ହୋଇଥିବାବେଳେ ଗ୍ରାହକମାନଙ୍କ ପାଇଁ ଆମେ ବିକ୍ରୟ ପରେ ୨୪ଘଣ୍ଟିଆ ବିକ୍ରୟ ସୁବିଧା ସେବା ଯୋଗାଇ ଦେଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri