Odisha Elections 2024

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥା ସମ୍ପର୍କିତ ଫିଚର ଏବଂ ୩୭୩ ସିସିର ସିଙ୍ଗଲ ସିଲଣ୍ଡର ଇଞ୍ଜିନ ସହ ୩୯.୪ ବିଏଚ୍‌ପି,୩୫ଏନ୍‌ଏମ୍‌ ଭଳି ଅତ୍ୟାଧୁନିକ ସୁବିଧା ସାମିଲ ରହିଛି।
ସେହିଭଳି ୪୩ଏମ୍‌ଏମ୍‌ ୟୁଏସ୍‌ଡି ଫର୍କ ସହିତ ୩ସ୍ତରୀୟ ଟିସିଏସ୍‌ ଆଣ୍ଡ ଏବିଏସ୍‌ ଟୋକ୍ନୋଲୋଜି ଏବଂ ସମ୍ପୂର୍ଣ୍ଣ ଡିଜିଟାଲ ଉପକରଣ ସାଙ୍ଗକୁ କନ୍‌ସୋଲ ଏବଂ ବ୍ଲୁ ଟୁଥ୍‌ କନ୍‌କ୍ଟେଭିଟ ଭଳି ସୁବିଧା ଅନ୍ତର୍ଭୁକ୍ତ ରହିଛି। ଅପରପକ୍ଷରେ ୫ସ୍ପିଡ୍‌ ଗିୟରବକ୍ସ ସହ ଓ୍ବାଇଡ ଟାୟାର ଭଳି ଅନେକ ସୁରକ୍ଷାଭିତ୍ତିକ ସୁବିଧା ଓ ଫିଚର ଏହି ମଡେଲରେ ସାମିଲ ହୋଇଥିବାବେଳେ ଆକର୍ଷଣୀୟ ଡିଜାଇନ ଓ ୪ଟି ମନୋଲୋଭା କଲର (ରଙ୍ଗ) ସହ ବଜାର ମୂଲ୍ୟ (ଏକ୍ସ ଶୋ’ରୁମ୍‌ ନୂଆଦିଲ୍ଲୀ) ୧.୮୫ ଲକ୍ଷ ଟଙ୍କା ରହିଛି।
ସମ୍ପର୍କରେ ବଜାଜ ଅଟୋ ଲିମିଟେଡ୍‌ର ସଭାପତି (ମୋଟର ସାଇକେଲ) ସାରଙ୍ଗ କାଣ୍ଡେ କହିଛନ୍ତି, ଆମେ ଆମର ନୂତନ ମଡେଲ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ ୍‌୪୦୦ ଜେଡ୍‌’କୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ଏନ୍‌ ସିରିଜ ଘରୋଇ ବଜାରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲାବେଳେ ସିରିଜର ଅଗ୍ରଣୀ ମଡେଲ ଏନ୍‌୧୫୦,ଏନ୍‌୧୬୦ ଏବଂ ଏନ୍‌ ୨୫୦ ମଧ୍ୟ ପୂର୍ବରୁ ମାର୍କେଟ ଲିଡର ଭାବେ ବେଶ୍‌ ପ୍ରଭାବଶାଳୀ କାରବାର ସହ ଯୁବବର୍ଗଙ୍କ ନିକଟତର ହୋଇପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri