ନାବାଳିକାଙ୍କୁ ଛୁରି ଦେଖାଇ ସାରା ରାତି ବଳାତ୍କାର, ଅଭିଯୁକ୍ତ ଫେରାର

ଏମ୍‌ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ ଭୟଭୀତ କରି ସାରା ରାତି ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ନଂ.୧୩୬/୨୪ରେ ମାମଲା ରୁଜୁ ହୋଇଛି। ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ପ୍ରକାଶ ଯେ, ଶନିବାର ରାତି ପ୍ରାୟ ୮ଟାରେ ଅଭିଯୁକ୍ତ ଯୁବକ ମୋଟୁ ଥାନା ଅଞ୍ଚଳର ଏକ ଗାଁ ମୁଣ୍ଡରେ ରହୁଥିବା ଜଣେ ବ୍ୟକ୍ତି ମାଛ ଧରିବାକୁ ବାହାରକୁ ଯାଇଥିବା ଜାଣିବାକୁ ପାଇଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କ ନାବାଳିକା ଝିଅ ଏକାକୀ ଥିବା ସମୟରେ ଘରେ ପଶି ତାଙ୍କୁ ଏକ ଛୁରି ଦେଖାଇ ଭୟଭୀତ କରିଥିଲେ। ପାଟି କଲେ ହତ୍ୟା ଧମକ ଦେଇଥିଲେ। ଏହାପରେ ସାରା ରାତି ନାବାଳିକାଙ୍କୁ ବଳାତ୍କାର କରିବା ସହ ଶରୀରର ବିଭିନ୍ନ ସ୍ଥାନକୁ କାମୁଡ଼ି କ୍ଷତାକ୍ତ କରି ପକାଇଥିଲେ। ଭୋର ସମୟରେ ଯୁବକ ଜଣଙ୍କ ଘଟଣା ବିଷୟରେ କାହାକୁ ଜଣାଇଲେ ହତ୍ୟା ଧମକ ଦେଇ ଫେରାର ହୋଇଯାଇଥିଲେ। ପରେ ନାବାଳିକା ଘଟଣା ସମ୍ପର୍କରେ ନିଜ ଭାଇଙ୍କୁ ଫୋନ ଯୋଗେ ଜଣାଇବାରୁ ପାଖଆଖ ଲୋକେ ଆସି ତାଙ୍କୁ ଉଦ୍ଧାର କରିବା ସହ ମାଛ ଧରିବାକୁ ଯାଇଥିବା ତାଙ୍କ ବାପାଙ୍କୁ ଘଟଣା ବିଷୟରେ ଅବଗତ କରିଥିଲେ। ଏହାପରେ ପୀଡ଼ିତାଙ୍କ ବାପାଙ୍କ ସମେତ ଗ୍ରାମବାସୀ ମୋଟୁ ଥାନାକୁ ଯାଇ ଘଟଣା ସମ୍ପର୍କରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri