ଭାରତର ଏସବୁ ସହରରେ ହେବ କୋଭିଶିଲ୍ଡର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୩।୮: ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନେକା ଔଷଧ କମ୍ପାନୀ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟୀକା କୋଭିଶିଲ୍ଡର ଭାରତରେ ମାନବ ପରୀକ୍ଷଣ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ଏନେଇ ଭାରତୀୟ ଡ୍ରଗ୍‌ ନିୟନ୍ତ୍ରକ ନିର୍ଦ୍ଦେଶାଳ(ଡିସିଜିଆଇ) ପକ୍ଷରୁ ସିରମ୍‌ ଇନଷ୍ଟିଚ୍ୟୁଟ୍‌କୁ ମଞ୍ଜୁରୀ ମିଳିଛି। କୋଭିଶିଲ୍ଡର ତୃତୀୟ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଭାରତରେ କରାଯିବ। ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏନେଇ ୨୦ କୋଟି ଡୋଜ୍‌ ପ୍ରସ୍ତୁତି କରାଯିବାର ଯୋଜନା ରହିଛି। ବ୍ରିଟେନ୍‌ରେ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସଫଳ ରହିଛି। ଭାରତରେ କୋଭିଶିଲ୍ଡର ମାନବ ପରୀକ୍ଷଣ ମୁମ୍ବାଇ ଏବଂ ପୁଣେ ସହରରେ କରାଯିବ ବୋଲି କୁହାଯାଉଛି। ପ୍ରଥମ ଦିନ ଗୋଟିଏ ଡୋଜ୍‌ ଦିଆଯିବାପରେ ୨୯ ଦିନରେ ପୁଣି ଦ୍ୱିତୀୟ ଡୋଜ୍‌ ଦିଆଯିବ। ପରୀକ୍ଷା ସଫଳ ହେଲେ ଏହାର ପ୍ରୟୋଗ ସାଧାରଣ ଲୋକଙ୍କ ଉପରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri